ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ, ବାବା ସାହେବ ଆମ୍ବେଡ଼କର, ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ କୋଟିକୋଟି ଦେଶବାସୀଙ୍କ ଯେଉଁ ସ୍ବପ୍ନ ଥିଲା ତାହା ବର୍ତ୍ତମାନ ପୂରଣ ହୋଇଛି ବୋଲି ଭାଜପା ଏମ୍‌ପି ଅପରାଜିତା ଷ଼ଡଙ୍ଗୀ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅପରାଜିତା କହିଛନ୍ତି, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ନୂଆ ଯୁଗର ଆରମ୍ଭ ହୋଇଛି। ଏବେ ଦେଶର ସମସ୍ତ ନାଗରିକଙ୍କ ଅଧିକାର ଏବଂ ଦାୟିତ୍ୱ ସମାନ। ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଜମ୍ମୁ-କଶ୍ମୀରକୁ ବିଚ୍ଛିନ୍ନତାବାଦ, ଆତଙ୍କବାଦ, ପରିବାରବାଦ ଏବଂ ବ୍ୟବସ୍ଥାରେ ବ୍ୟାପକ ଭ୍ରଷ୍ଟାଚାର ବ୍ୟତୀତ କିଛି ଦେଇନାହିଁ। ଏହି ଦୁଇଟି ଅନୁଚ୍ଛେଦକୁ ଦେଶ ବିରୋଧରେ, କିଛି ଲୋକଙ୍କ ଭାବନାକୁ ଉତ୍ତେଜିତ କରିବା ପାଇଁ ପାକିସ୍ତାନ ପକ୍ଷରୁ ଅସ୍ତ୍ରଭାବେ ଉପଯୋଗ କରାଯାଉଥିଲା। ଏହି କାରଣରୁ ଗତ ତିନି ଦଶନ୍ଧି ମଧ୍ୟରେ ପାଖାପାଖି ୪୨ ହଜାର ନିର୍ଦ୍ଦୋଷ ଲୋକଙ୍କୁ ଜୀବନ ହରାଇବାକୁ ପଡିଛି। ଜମ୍ମୁ-କଶ୍ମୀର ଏବଂ ଲଦାଖରେ ବିକାଶ ଯେଉଁ ଗତିରେ ହେବା କଥା ସେଭଳି ହୋଇପାରିନାହିଁ। ବର୍ତ୍ତମାନ ବ୍ୟବସ୍ଥାର ଏହି ଅଭାବ ଦୂର ହେବା ଫଳରେ ଜମ୍ମୁ-କଶ୍ମୀର ଓ ଲଦାଖର ଲୋକମାନଙ୍କ ସ୍ଥିତି ସୁଧୁରିବା ସହିତ ସେମାନଙ୍କ ଭବିଷ୍ୟତ ମଧ୍ୟ ସୁରକ୍ଷିତ ହେବ। ଜମ୍ମୁ-କଶ୍ମୀର ଏବଂ ଲଦାଖରେ ଖାଲିଥିବା ସମସ୍ତ କେନ୍ଦ୍ର ଓ ରାଜ୍ୟ ପଦବୀ ପୂରଣ କରିବାର ପ୍ରକ୍ରିୟା ଆରମ୍ଭ କରାଯିବ। ଏଥିରୁ ସ୍ଥାନୀୟ ଯୁବତୀ,ଯୁବକଙ୍କୁ ନିଯୁକ୍ତିର ପର୍ଯ୍ୟାପ୍ତ ସୁଯୋଗ ମିଳିପାରିବ। ଏହାଦ୍ୱାରା ସେହି ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ମଧ୍ୟ ହ୍ରାସ ପାଇବ। ସେନା ଏବଂ ଅର୍ଦ୍ଧସାମରିକ ବାହିନୀ ପକ୍ଷରୁ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ବ୍ୟବସ୍ଥା କରାଯିବ। ଜମ୍ମୁ-କଶ୍ମୀରର ବହୁ ଲୋକ ଯେଉଁମାନେ ଲୋକସଭା ନିର୍ବାଚନରେ ଭୋଟ ଦେବାର ଅଧିକାର ପାଉଥିଲେ ସେମାନେ ବିଧାନସଭା ଏବଂ ସ୍ଥାନୀୟ ପଞ୍ଚାୟତ ନିର୍ବାଚନରେ ମତଦାନ କରିପାରୁ ନ ଥିଲେ। ବର୍ତ୍ତମାନ ସେମାନଙ୍କୁ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର ମିଳିବ ବୋଲି ଅପରାଜିତା କହିଛନ୍ତି ା ଜମ୍ମୁ-କଶ୍ମୀର ଏବଂ ଲଦାଖ ବିଶ୍ୱର ସବୁଠୁ ବଡ଼ ପର୍ଯ୍ୟଟନ ଲକ୍ଷ୍ୟସ୍ଥଳୀ ହେବାର କ୍ଷମତା ରହିଛି। ସେହି ଅ଼ଞ୍ଚଳର ଯେଉଁ ଯୁବକମାନେ କ୍ରୀଡ଼ା କ୍ଷେତ୍ରରେ ଆଗକୁ ବଢିବା ଲାଗି ଚାହୁଛନ୍ତି ତାଙ୍କୁ ସାହାଯ୍ୟ କରାଯିବ। ନୂଆ କ୍ରୀଡ଼ା ପ୍ରଶିକ୍ଷଣ, ନୂଆ ଖେଳ ଷ୍ଟାଡିୟମ, ବୈଜ୍ଞାନିକ ପରିବେଶରେ ତାଲିମ, ସେମାନଙ୍କୁ ବିଶ୍ୱରେ ନିଜ ପ୍ରତିଭା ପ୍ରଦର୍ଶନ କରିବାରେ ସହାୟତା ମିଳିପାରିବ ବୋଲି ଅପରାଜିତା କହିଛନ୍ତି ା ଏହି ନିଷ୍ପତ୍ତି ପାଇଁ ଅପରାଜିତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?