ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ, ବାବା ସାହେବ ଆମ୍ବେଡ଼କର, ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ କୋଟିକୋଟି ଦେଶବାସୀଙ୍କ ଯେଉଁ ସ୍ବପ୍ନ ଥିଲା ତାହା ବର୍ତ୍ତମାନ ପୂରଣ ହୋଇଛି ବୋଲି ଭାଜପା ଏମ୍‌ପି ଅପରାଜିତା ଷ଼ଡଙ୍ଗୀ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅପରାଜିତା କହିଛନ୍ତି, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ନୂଆ ଯୁଗର ଆରମ୍ଭ ହୋଇଛି। ଏବେ ଦେଶର ସମସ୍ତ ନାଗରିକଙ୍କ ଅଧିକାର ଏବଂ ଦାୟିତ୍ୱ ସମାନ। ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଜମ୍ମୁ-କଶ୍ମୀରକୁ ବିଚ୍ଛିନ୍ନତାବାଦ, ଆତଙ୍କବାଦ, ପରିବାରବାଦ ଏବଂ ବ୍ୟବସ୍ଥାରେ ବ୍ୟାପକ ଭ୍ରଷ୍ଟାଚାର ବ୍ୟତୀତ କିଛି ଦେଇନାହିଁ। ଏହି ଦୁଇଟି ଅନୁଚ୍ଛେଦକୁ ଦେଶ ବିରୋଧରେ, କିଛି ଲୋକଙ୍କ ଭାବନାକୁ ଉତ୍ତେଜିତ କରିବା ପାଇଁ ପାକିସ୍ତାନ ପକ୍ଷରୁ ଅସ୍ତ୍ରଭାବେ ଉପଯୋଗ କରାଯାଉଥିଲା। ଏହି କାରଣରୁ ଗତ ତିନି ଦଶନ୍ଧି ମଧ୍ୟରେ ପାଖାପାଖି ୪୨ ହଜାର ନିର୍ଦ୍ଦୋଷ ଲୋକଙ୍କୁ ଜୀବନ ହରାଇବାକୁ ପଡିଛି। ଜମ୍ମୁ-କଶ୍ମୀର ଏବଂ ଲଦାଖରେ ବିକାଶ ଯେଉଁ ଗତିରେ ହେବା କଥା ସେଭଳି ହୋଇପାରିନାହିଁ। ବର୍ତ୍ତମାନ ବ୍ୟବସ୍ଥାର ଏହି ଅଭାବ ଦୂର ହେବା ଫଳରେ ଜମ୍ମୁ-କଶ୍ମୀର ଓ ଲଦାଖର ଲୋକମାନଙ୍କ ସ୍ଥିତି ସୁଧୁରିବା ସହିତ ସେମାନଙ୍କ ଭବିଷ୍ୟତ ମଧ୍ୟ ସୁରକ୍ଷିତ ହେବ। ଜମ୍ମୁ-କଶ୍ମୀର ଏବଂ ଲଦାଖରେ ଖାଲିଥିବା ସମସ୍ତ କେନ୍ଦ୍ର ଓ ରାଜ୍ୟ ପଦବୀ ପୂରଣ କରିବାର ପ୍ରକ୍ରିୟା ଆରମ୍ଭ କରାଯିବ। ଏଥିରୁ ସ୍ଥାନୀୟ ଯୁବତୀ,ଯୁବକଙ୍କୁ ନିଯୁକ୍ତିର ପର୍ଯ୍ୟାପ୍ତ ସୁଯୋଗ ମିଳିପାରିବ। ଏହାଦ୍ୱାରା ସେହି ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ମଧ୍ୟ ହ୍ରାସ ପାଇବ। ସେନା ଏବଂ ଅର୍ଦ୍ଧସାମରିକ ବାହିନୀ ପକ୍ଷରୁ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ବ୍ୟବସ୍ଥା କରାଯିବ। ଜମ୍ମୁ-କଶ୍ମୀରର ବହୁ ଲୋକ ଯେଉଁମାନେ ଲୋକସଭା ନିର୍ବାଚନରେ ଭୋଟ ଦେବାର ଅଧିକାର ପାଉଥିଲେ ସେମାନେ ବିଧାନସଭା ଏବଂ ସ୍ଥାନୀୟ ପଞ୍ଚାୟତ ନିର୍ବାଚନରେ ମତଦାନ କରିପାରୁ ନ ଥିଲେ। ବର୍ତ୍ତମାନ ସେମାନଙ୍କୁ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର ମିଳିବ ବୋଲି ଅପରାଜିତା କହିଛନ୍ତି ା ଜମ୍ମୁ-କଶ୍ମୀର ଏବଂ ଲଦାଖ ବିଶ୍ୱର ସବୁଠୁ ବଡ଼ ପର୍ଯ୍ୟଟନ ଲକ୍ଷ୍ୟସ୍ଥଳୀ ହେବାର କ୍ଷମତା ରହିଛି। ସେହି ଅ଼ଞ୍ଚଳର ଯେଉଁ ଯୁବକମାନେ କ୍ରୀଡ଼ା କ୍ଷେତ୍ରରେ ଆଗକୁ ବଢିବା ଲାଗି ଚାହୁଛନ୍ତି ତାଙ୍କୁ ସାହାଯ୍ୟ କରାଯିବ। ନୂଆ କ୍ରୀଡ଼ା ପ୍ରଶିକ୍ଷଣ, ନୂଆ ଖେଳ ଷ୍ଟାଡିୟମ, ବୈଜ୍ଞାନିକ ପରିବେଶରେ ତାଲିମ, ସେମାନଙ୍କୁ ବିଶ୍ୱରେ ନିଜ ପ୍ରତିଭା ପ୍ରଦର୍ଶନ କରିବାରେ ସହାୟତା ମିଳିପାରିବ ବୋଲି ଅପରାଜିତା କହିଛନ୍ତି ା ଏହି ନିଷ୍ପତ୍ତି ପାଇଁ ଅପରାଜିତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri