ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ ହୋଇଛି ା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାରା ଦେଶର ସବୁ ବର୍ଗର ଲୋକମାନେ ମୋଦି ସରକାରଙ୍କ ଦ୍ୱାରା ନିଆଯାଇଥିବା ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଅପୂର୍ବ ସମର୍ଥନ ଏବଂ ଆଶୀର୍ବାଦ ଦେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ଏହି ଐତିହାସିକ ନିଷ୍ପତ୍ତି ପାଇଁ ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନେତୃତ୍ୱରେ ଦିଲ୍ଲୀରୁ ଏହି ସମ୍ପର୍କ ଅଭିଯାନ ଶୁଭାରମ୍ଭ ହୋଇଥିଲା। ଏହି ଅଭିଯାନ ମାଧ୍ୟମରେ ଦେଶର ପ୍ରାୟ ୬ ଶହରୁ ଅଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦଳର ୫ ଲକ୍ଷରୁ ଅଧିକ ନେତା ଓ କାର୍ଯ୍ୟକର୍ତ୍ତା ପ୍ରତିଷ୍ଠିତ ଲୋକ ଏବଂ ଓପିନିୟନ ମେକର୍ସଙ୍କୁ ଭେଟି ୩୭୦ ଧାରା ଐତିହାସିକ ଭୁଲର ସୁଧାର ପାଇଁ ନିଆଯାଇଥିବା ଐତିହାସିକ ନିର୍ଣ୍ଣୟର ବିସ୍ତୁତ ସୂଚନା ଦେଇଛନ୍ତି ା ପ୍ରଧାନମନ୍ତ୍ରୀ ଧାରା ୩୭୦ର ଉଚ୍ଛେଦ ଏବଂ ଏହାଦ୍ୱାରା ଜମ୍ମୁ-କଶ୍ମୀର ଏବଂ ଲଦାଖରେ ସାଧାରଣ ଜନତାଙ୍କ ସହିତ ହେଉଥିବା ଭେଦଭାବର ପ୍ରସଙ୍ଗଗୁଡିକ ବିଶ୍ୱ ଦରବାରରେ ମଧ୍ୟ ଉଠାଇଛନ୍ତି ା ଭାରତର ଏହି ନିଷ୍ପତ୍ତିକୁ ସାରା ବିଶ୍ୱ ସମର୍ଥନ କରିଛି। ୩୭୦ ଧାରା ଉଚ୍ଛେଦ ଉପରେ କରାଯାଉଥିବା ଅପପ୍ରଚାରର ଏହା ଏକ ବଡ ବିଜୟ ବୋଲି ଧର୍ମେନ୍ଦ୍ର କହିଛନ୍ତି ା ସେହିପରି ଅନୁଚ୍ଛେଦ ୩୭୦ ଉଚ୍ଛେଦ କୌଣସି ଧର୍ମ ସମ୍ବନ୍ଧୀୟ ପ୍ରସଙ୍ଗ ନୁହେଁ ବରଂ ଘାଟିରେ ବିକାଶ ଏବଂ ସୁଶାସନକୁ ପ୍ରତିଷ୍ଠା କରିବାର ବିଷୟ। ପଡୋଶୀ ଦେଶ ପାକିସ୍ତାନ ଦ୍ୱାରା କରାଯାଉଥିବା ଅପପ୍ରଚାର ଉପରେ ଓଆଇସି ମଧ୍ୟ ଏହି ପ୍ରସଙ୍ଗ ଭାରତର ଆଭ୍ୟନ୍ତରୀଣ ମାମଲା କହି ଭାରତକୁ ସମର୍ଥନ କରିଛି ା ମୁସଲିମ ରାଷ୍ଟ୍ର ସାଉଦି ଆରବ, ୟୁଏଇ ଏବଂ କତାରର ମନ୍ତ୍ରୀ ଓ ରାଜପରିବାର ସଦସ୍ୟଙ୍କୁ ଭେଟିବା ଅବସରରେ ସେମାନେ ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଧାର୍ମିକ ପ୍ରସଙ୍ଗ ନ ମାନିବା ସହିତ ଭାରତକୁ ସମର୍ଥନ କରିଥିବା ମତବ୍ୟକ୍ତ କରିଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri