ଧାର ଟଙ୍କା ନ ଦେବାରୁ ଯୁବକଙ୍କୁ ହତ୍ୟା

କେସିଙ୍ଗା,୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ କେରୋକୁଡା ଗ୍ରାମରେ ଧାର ଟଙ୍କା ନ ଦେବାରୁ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଯୁବକ ହେଲେ ଗଁାର ଶୁକଦେବ ସା (୩୫)। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସେହି ଗଁାର ବିଭୂତି ବୁଧିଆ (୩୦)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷରେ ଭବାନୀପାଟଣା ସରକାରୀ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ କେସିଙ୍ଗା ଥାନାରେ ଏକ ମାମଲା(ନଂ.୨୩୩/୧୯) ରୁଜୁ କରାଯାଇଛି। ଧାର ଟଙ୍କା ସହ ହତ୍ୟା ପଛରେ ଅନ୍ୟ କି କାରଣ ରହିଛି, ତାହାର ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ଅଫିସର ବି.କେ. ରାଓ କହିଛନ୍ତି।
ସୂଚନା ଅନୁସାରେ କେରୋକୁଡା ଗ୍ରାମର ଶୁକଦେବଙ୍କୁ ସେହି ଗ୍ରାମର ବିଭୂତି ବୁଧିଆ କିଛିଦିନ ତଳେ ୬ ହଜାର ଟଙ୍କା ଧାର ଦେଇଥିଲେ। ବିଭିନ୍ନ ସମୟରେ ମାଗିଲେ ମଧ୍ୟ ସେ ଉକ୍ତ ଟଙ୍କା ଫେରାଉ ନ ଥିଲେ। ୩ ତାରିଖ ନୂଆଁଖାଇ ଥିବାରୁ ବିଭୂତି ଧାର ଟଙ୍କା ଫେରାଇବାକୁ ଶୁକଦେବଙ୍କୁ ତାଗିଦ୍‌ କରିଥିଲେ। ଶନିବାର ମଧ୍ୟାହ୍ନରେ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଗଁାରେ ପାଟିତୁଣ୍ଡ ହୋଇଥିଲା। ଶନିବାର ରାତିରେ ଏକ ଠେଙ୍ଗା ଧରି ସେ ଶୁକଦେବଙ୍କୁ ଜଗି ରହିଥିଲେ। ରାତି ପ୍ରାୟ ୮ଟା ବେଳେ ଶୁକଦେବ ଗଁା ନିକଟ ଆମ୍ବତୋଟାକୁ ଶୌଚ ପାଇଁ ଯାଉଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଲୁଚି ରହିଥିବା ବିଭୂତି ଏକ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଶୁକଦେବଙ୍କ ଚିତ୍କାର ଶୁଣି ଘଟଣାସ୍ଥଳରେ ଲୋକେ ରୁଣ୍ଡ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପରିବାର ଲୋକେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ରବିବାର ସକାଳେ ମୃତକଙ୍କ ଭାଇ ଅଶୋକ କୁମାର ସାଙ୍କ ଅଭିଯୋଗ କ୍ରମେ ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ, କେସିଙ୍ଗା ଥାନା ଏସଆଇ ବି.କେ. ରାଓ ହତ୍ୟାକାଣ୍ଡସ୍ଥଳକୁ ଆସି ତନାଘନା ଚଳାଇଥିଲେ। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri