ଧାର ଟଙ୍କା ନ ଦେବାରୁ ଯୁବକଙ୍କୁ ହତ୍ୟା

କେସିଙ୍ଗା,୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ କେରୋକୁଡା ଗ୍ରାମରେ ଧାର ଟଙ୍କା ନ ଦେବାରୁ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଯୁବକ ହେଲେ ଗଁାର ଶୁକଦେବ ସା (୩୫)। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସେହି ଗଁାର ବିଭୂତି ବୁଧିଆ (୩୦)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷରେ ଭବାନୀପାଟଣା ସରକାରୀ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ କେସିଙ୍ଗା ଥାନାରେ ଏକ ମାମଲା(ନଂ.୨୩୩/୧୯) ରୁଜୁ କରାଯାଇଛି। ଧାର ଟଙ୍କା ସହ ହତ୍ୟା ପଛରେ ଅନ୍ୟ କି କାରଣ ରହିଛି, ତାହାର ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ଅଫିସର ବି.କେ. ରାଓ କହିଛନ୍ତି।
ସୂଚନା ଅନୁସାରେ କେରୋକୁଡା ଗ୍ରାମର ଶୁକଦେବଙ୍କୁ ସେହି ଗ୍ରାମର ବିଭୂତି ବୁଧିଆ କିଛିଦିନ ତଳେ ୬ ହଜାର ଟଙ୍କା ଧାର ଦେଇଥିଲେ। ବିଭିନ୍ନ ସମୟରେ ମାଗିଲେ ମଧ୍ୟ ସେ ଉକ୍ତ ଟଙ୍କା ଫେରାଉ ନ ଥିଲେ। ୩ ତାରିଖ ନୂଆଁଖାଇ ଥିବାରୁ ବିଭୂତି ଧାର ଟଙ୍କା ଫେରାଇବାକୁ ଶୁକଦେବଙ୍କୁ ତାଗିଦ୍‌ କରିଥିଲେ। ଶନିବାର ମଧ୍ୟାହ୍ନରେ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଗଁାରେ ପାଟିତୁଣ୍ଡ ହୋଇଥିଲା। ଶନିବାର ରାତିରେ ଏକ ଠେଙ୍ଗା ଧରି ସେ ଶୁକଦେବଙ୍କୁ ଜଗି ରହିଥିଲେ। ରାତି ପ୍ରାୟ ୮ଟା ବେଳେ ଶୁକଦେବ ଗଁା ନିକଟ ଆମ୍ବତୋଟାକୁ ଶୌଚ ପାଇଁ ଯାଉଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଲୁଚି ରହିଥିବା ବିଭୂତି ଏକ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଶୁକଦେବଙ୍କ ଚିତ୍କାର ଶୁଣି ଘଟଣାସ୍ଥଳରେ ଲୋକେ ରୁଣ୍ଡ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପରିବାର ଲୋକେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ରବିବାର ସକାଳେ ମୃତକଙ୍କ ଭାଇ ଅଶୋକ କୁମାର ସାଙ୍କ ଅଭିଯୋଗ କ୍ରମେ ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ, କେସିଙ୍ଗା ଥାନା ଏସଆଇ ବି.କେ. ରାଓ ହତ୍ୟାକାଣ୍ଡସ୍ଥଳକୁ ଆସି ତନାଘନା ଚଳାଇଥିଲେ। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri