ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର

ବଅଁରପାଳ,୪।୧୧ (ଡି.ଏନ୍‌.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ ଭାବେ ପଡିରହିଛି। ଯୋଜନାର ସଫଳ କାର୍ଯ୍ୟକାରିତା ଦିଗରେ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଉ ନ ଥିବା ଯୋଗୁ ଏପରି ହୋଇଥିବା ଅଭିଯୋଗ ହେଉଛି। ସେହିପରି ବିଜୁ ପକ୍କାଘର ଯୋଜନାରେ ମଧ୍ୟ କାର୍ଯ୍ୟାଦେଶ ପାଇଥିବା ବହୁ ହିତାଧିକାରୀଙ୍କ ଗୃହ ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇ ପଡିରହିଛି।
ବ୍ଲକ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୦୧୮-୧୯ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬୯୭ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦିଆଯାଇଛି। ସେଥିମଧ୍ୟରୁ ୫୭୪ ଜଣଙ୍କ ଘର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ୧୨୩ଟି ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇ ପଡିରହିଛି। ସେହିପରି ୨୦୧୯-୨୦ ବର୍ଷରେ ଏହି ଯୋଜନାରେ ୪୯୮ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ସେଥିରୁ ମାତ୍ର ୧୨୮ ଘର ନିର୍ମାଣ ଶେଷ ହୋଇଥିବାବେଳେ ୩୭୦ ଘର କାମ ଚାଲିଛି। ଅନ୍ୟପକ୍ଷରେ ବିଜୁ ପକ୍କାଘର ଯୋଜନାରେ ଗତ ବର୍ଷ ୧୨୫ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ସେଥିମଧ୍ୟରୁ ୨୨ଟି ଘର ଅସମ୍ପୂର୍ଣ୍ଣ ହୋଇପଡ଼ି ରହିଥିବା ଜଣାପଡିଛି। ଗତ ବର୍ଷ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନାରେ ୨୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିବାବେଳେ ଏ ପର୍ଯ୍ୟନ୍ତ କାହାରି ଘର ସମ୍ପୂର୍ଣ୍ଣ ହୋଇନାହିଁ। ଏଥିପ୍ରତି ପ୍ରଶାସନିକ ଅଧିକାରୀ ଆଦୌ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ବ୍ଲକର ୩୫ଟି ପଞ୍ଚାୟତରେ ଯୋଜନାରେ ଏପରି ସ୍ଥିତି ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ସଚେତନତା କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବଅଁରପାଳ ବିଡିଓ ଡ. ସ୍ବରୂପାନନ୍ଦ ସାହୁ କହିଛନ୍ତି, ଯୋଜନାର ଅଗ୍ରଗତି ଦିଗରେ ଦୃଷ୍ଟି ଦିଆଯିବ। ବହୁ ହିତାଧିକାରୀ ଟଙ୍କା ପାଇବା ପରେ ମଧ୍ୟ ଠିକ୍‌ ସମୟରେ ଘର ନିର୍ମାଣ କରୁନାହାନ୍ତି। ଏ ଦିଗରେ ଧ୍ୟାନ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri