ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର

ବଅଁରପାଳ,୪।୧୧ (ଡି.ଏନ୍‌.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ ଭାବେ ପଡିରହିଛି। ଯୋଜନାର ସଫଳ କାର୍ଯ୍ୟକାରିତା ଦିଗରେ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଉ ନ ଥିବା ଯୋଗୁ ଏପରି ହୋଇଥିବା ଅଭିଯୋଗ ହେଉଛି। ସେହିପରି ବିଜୁ ପକ୍କାଘର ଯୋଜନାରେ ମଧ୍ୟ କାର୍ଯ୍ୟାଦେଶ ପାଇଥିବା ବହୁ ହିତାଧିକାରୀଙ୍କ ଗୃହ ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇ ପଡିରହିଛି।
ବ୍ଲକ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୦୧୮-୧୯ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬୯୭ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦିଆଯାଇଛି। ସେଥିମଧ୍ୟରୁ ୫୭୪ ଜଣଙ୍କ ଘର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ୧୨୩ଟି ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇ ପଡିରହିଛି। ସେହିପରି ୨୦୧୯-୨୦ ବର୍ଷରେ ଏହି ଯୋଜନାରେ ୪୯୮ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ସେଥିରୁ ମାତ୍ର ୧୨୮ ଘର ନିର୍ମାଣ ଶେଷ ହୋଇଥିବାବେଳେ ୩୭୦ ଘର କାମ ଚାଲିଛି। ଅନ୍ୟପକ୍ଷରେ ବିଜୁ ପକ୍କାଘର ଯୋଜନାରେ ଗତ ବର୍ଷ ୧୨୫ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ସେଥିମଧ୍ୟରୁ ୨୨ଟି ଘର ଅସମ୍ପୂର୍ଣ୍ଣ ହୋଇପଡ଼ି ରହିଥିବା ଜଣାପଡିଛି। ଗତ ବର୍ଷ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନାରେ ୨୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିବାବେଳେ ଏ ପର୍ଯ୍ୟନ୍ତ କାହାରି ଘର ସମ୍ପୂର୍ଣ୍ଣ ହୋଇନାହିଁ। ଏଥିପ୍ରତି ପ୍ରଶାସନିକ ଅଧିକାରୀ ଆଦୌ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ବ୍ଲକର ୩୫ଟି ପଞ୍ଚାୟତରେ ଯୋଜନାରେ ଏପରି ସ୍ଥିତି ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ସଚେତନତା କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବଅଁରପାଳ ବିଡିଓ ଡ. ସ୍ବରୂପାନନ୍ଦ ସାହୁ କହିଛନ୍ତି, ଯୋଜନାର ଅଗ୍ରଗତି ଦିଗରେ ଦୃଷ୍ଟି ଦିଆଯିବ। ବହୁ ହିତାଧିକାରୀ ଟଙ୍କା ପାଇବା ପରେ ମଧ୍ୟ ଠିକ୍‌ ସମୟରେ ଘର ନିର୍ମାଣ କରୁନାହାନ୍ତି। ଏ ଦିଗରେ ଧ୍ୟାନ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri