ଧିମେଇବ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ୨୮। ୩: କରୋନା ପ୍ରଭାବକୁ କମାଇବା ଲାଗି ସରକାର ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଦେଶର ଆର୍ଥିକ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହୋଇଛି। ଦେଶର ଆର୍ଥତ୍କ ଅଭିବୃଦ୍ଧିର ଗତି ଧିମେଇବ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। କରୋନା ପ୍ରଭାବରେ ହୋଇଥିବା ଲକ୍‌ଡାଉନ ଯୋଗୁ ଅର୍ଥ ବ୍ୟବସ୍ଥା ଉପରେ ନକରାତ୍ମକ ପ୍ରଭାବ ପଡିବାକୁ ଥିବା ବେଳେ ଦେଶର ଜିଡିପି ହାର ଆର୍ଥତ୍କ ବର୍ଷ ୨୦୨୧ରେ ୨.୬%କୁ ଖସିବା ନେଇ ଏସ୍‌ବିଆଇ ଗ୍ରୁପର ଚିଫ୍‌ ଇକୋନୋମିକ ଆଡଭାଇଜର ସୌମ୍ୟକାନ୍ତି ଘୋଷ ପୂର୍ବାନୁମାନ କରିଛନ୍ତି। ଏହା ସତ ହେଲେ ଦେଶର ଅର୍ଥ ବ୍ୟବସ୍ଥାର ବିକାଶ ହାର ପ୍ରାୟ ୩ ଦଶନ୍ଧି ତଳକୁ ଖସିଯିବ ବୋଲି କୁହାଯାଇଛି। ସେହିଭଳି ରେଟିଂ ଏଜେନ୍ସି କ୍ରିସିଲ ଭାରତର ବିକାଶ ହାର ଅନୁମାନକୁ ୫.୨% ପରିବର୍ତ୍ତେ ୩.୫%କୁ ଖସାଇ ଦେଇଛି। ଲକ୍‌ଡାଉନ ପାଇଁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୮ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡିବ ବୋଲି ଏକ ଆକଳନରେ କୁହାଯାଇଛି। ୧.୭୭ ଲକ୍ଷ କୋଟିର ଆୟ କ୍ଷତି ଏବଂ ପୁଞ୍ଜିଗତ ଆୟକ୍ଷେତ୍ରରେ ୧.୭ ଲକ୍ଷ କୋଟି ଟଙ୍କାର କ୍ଷତି ଭାରତ ସହିବ ବୋଲି ଘୋଷ କହିଛନ୍ତି। ୨୧ ଦିନର ଲକ୍‌ଡାଉନ ଲାଗି ଜିଡିପି ୧.୭% କ୍ଷତି ସହିବ। ସେହିଭଳି ଭଳି ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଅଭିବୃଦ୍ଧିକୁ ୫%ରୁ ୪.୫%କୁ ଖସାଇଛି। ଚତୁର୍ଥ ତ୍ରୈମାସ ବିକାଶ ହାର ୨.୫% ରହିବ ବୋଲି ଏସ୍‌ବିଆଇ ନୋଟ ପକ୍ଷରୁ କୁହାଯାଇଛି। ସେହିଭଳି ରେଟିଂ ଏଜେନ୍ସି ମୁଡିସ ୨୦୨୦ କ୍ୟାଲେଣ୍ଡର ବର୍ଷ ଲାଗି ଭାରତର ବିକାଶ ହାର ଅନୁମାନକୁ ୨.୫%କୁ ଖସାଇ ଦେଇଛି। ଏହି ହାର ୫.୩% ରହିବ ବୋଲି ପୂର୍ବରୁ ମୁଡିସ ଏହାର ଅନୁମାନରେ କହିଥିଲା। କରୋନା ବ୍ୟାପିବା ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଧକ୍କା ଲାଗିବ ବୋଲି ଏହା ରିପୋର୍ଟରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri