ଧୁମ୍‌ଧାମ୍‌ରେ ୭୩ତମ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଧୁମ୍‌ଧାମ୍‌ରେ ପାଳନ କରାଯାଇଛିା ବ୍ଳକର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ସକାଳୁ ଛାତ୍ରୀଛାତ୍ରମାନେ ପହଞ୍ଚିଥିଲେ। ସକାଳ ୭ଟା ୧୫ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ ସମେତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ପତାକା ଉତ୍ତୋଳନ କରାଯାଇଥିଲାା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀ ମୁଖ୍ୟ ଅତିଥିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାମୂହିକ ପ୍ୟାରେଡକୁ ବିଧାୟକ ପ୍ରଧାନ ଅଭିବାଦନ ଜଣାଇଥିଲୋ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ପରେ ବିଧାୟକ ବ୍ଳକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ। ନିଜ ବକ୍ତବ୍ୟରେ ଦାରିଙ୍ଗବାଡ଼ି ସମେତ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ। ସେହିପରି ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନିଜ ବକ୍ତବ୍ୟ ରଖିଥିଲୋ ବ୍ଳକସ୍ତରୀୟ କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷା ସୁବେର୍ତ୍ତୀ ପ୍ରଧାନ, ବିଡିଓ ତ୍ରୀଲୋଚନ ପାତ୍ର, ତହସିଲଦାର ନିତିଶ ତ୍ରୀପାଠି, ବିଇଓ ବ୍ରହ୍ମାନନ୍ଦ ରାଉତ ପ୍ରମୁଖ ଯୋଗଦେଇଥିଲେ ା ରାଜ୍ୟ ସାହିତ୍ୟ ଏକାଡେମୀ ସଦସ୍ୟ ତଥା ଶିକ୍ଷକ ବିଦେଶୀ ନାୟକ ସଂଯୋଜନା କରିଥିବା ବେଳେ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ପତିତପାବନ ରାଉତ, ଶ୍ୟାମସୁନ୍ଦର ଦିଗାଳ, ପ୍ରମୁଖ ପରିଚାଳନା କରିଥିଲୋ ଆଇଆଇସି ଅଲେଖ ଗରଡ଼ିଆଙ୍କ ତତ୍ତ୍ୱାଧାନରେ ସବଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର, ସୌମ୍ୟରଞ୍ଜନ ଜେନା, ଅନିଲ କୁମାର ଦେବତ୍ତା, ଆର.ଭିମୋରାଓ ରେଡ୍ଡି ପ୍ରମୁଖ ଆଇନଶୃଙ୍ଖଳା ପରିସ୍ଥିତିର ତଦାରଖ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri