ଧୁଷୂରୀ ପଞ୍ଚାୟତ ପୂର୍ବତନ ସରପଞ୍ଚଙ୍କ ପରଲୋକ

ଧାମନଗର,୧୯।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ଦାସଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଶୁକ୍ରବାର ସନ୍ଧ୍ୟାରେ ଅଜୟ ୟୁକୋ ବ୍ୟାଙ୍କରୁ ଫେରୁଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଧୁଷୁରୀ ପରେ ଭଦ୍ରକ ମେଡିକାଲରୁ ଭୁବନେଶ୍ବରର ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଶନିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି । ଅଜୟ ବିଜେଡିର ଜଣେ ଲୋକପ୍ରିୟ ନେତା ହୋଇଥିବା ବେଳେ ତାଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକଛାୟା ଖେଳିଯାଇଛି।