ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଯାଜପୁର, କଟକ ଏବଂ ଜଗତ୍‌ସିଂହପୁର।