ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ ପାଳନ କରାଯାଉ ନାହିଁ। ନିର୍ମାଣ କାମ ବେଳେ ଭୀଷଣ ଧୂଳି ଯୋଗୁ ବାୟୁ ପ୍ରଦୂଷଣ ହେବାକୁ ସହ ଲୋକଙ୍କ ସମସ୍ୟା ବଢୁଛି। ଏଥିରେ ସ୍କୁଲ, କଲେଜ ଛାତ୍ରୀଛାତ୍ର ବେଶୀ ପ୍ରଭାବିତ ହେଉଛନ୍ତି।
କୋରାପୁଟ ଜିଲା ଜୟପୁରରୁ ବୋରିଗୁମ୍ମା ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଠିକାସଂସ୍ଥାକୁ ସମ୍ପାଦନ ପାଇଁ ଦିଆଯାଇଛି। କିନ୍ତୁ ରାଜରାସ୍ତା କାର୍ଯ୍ୟ ପାଇଁ ଯେଉଁ ନିୟମ ରହିଛି, ତାହା ଏଠାରେ କାର୍ଯ୍ୟକାରୀ ହେଉ ନ ଥିବା ଦେଖିବାକୁ ମିଳୁଛି। ନିର୍ମାଣ କାର୍ଯ୍ୟ ସମୟରେ ବାୟୁ ପ୍ରଦୂଷଣ ରୋକିବା ପାଇଁ ରାସ୍ତା ଉପରେ ପାଣି ଢଳାଯିବା କଥା। କିନ୍ତୁ ଏହି କାର୍ଯ୍ୟରେ ପାଣି ନ ଢାଳିବା ଯୋଗୁ ଚାରିଆଡ଼େ ଧୂଳିର ଆସ୍ତରଣ ବସିଯାଉଛି। ଫଳରେ ଯାତାୟତରେ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ପୁଣି ସେହି ରାସ୍ତାକଡ଼ରେ ଡିଗ୍ରୀ କଲେଜ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଛି। ସ୍କୁଲ, କଲେଜ ଛୁଟି ପରେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରୀଛାତ୍ର ସେହି ରାସ୍ତାକଡ଼ରେ ବସ୍‌କୁ ଅପେକ୍ଷା କରନ୍ତି। କିନ୍ତୁ ଧୂଳି ଉଡ଼ିବା ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ଭିତରେ ଅପେକ୍ଷା କରୁଛନ୍ତି ପିଲା। ଏତେ ପରିମାଣରେ ଧୂଳି ଉଡୁଛି ଯେ ତାହା ବିଦ୍ୟାଳୟ ଭିତରେ ପଶିବା ଦ୍ୱାରା ପାଠପଢ଼ାରେ ମଧ୍ୟ ସମସ୍ୟା ହେଉଛି। ବାଇକ ଆରୋହୀଙ୍କ ପାଇଁ ଏହି ରାସ୍ତା କାଳ ସାଜିଛି। ନିର୍ମାଣ କାର୍ଯ୍ୟ ବେଳେ ଧୂଳି ଉଡ଼ି ଦିନ ସମୟରେ କୁହୁଡ଼ିର ଭ୍ରମ ସୃଷ୍ଟି କରୁଛି। ଫଳରେ ଛୋଟ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏ ଦିଗରେ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri