ଧୂଳି ଉଡ଼ିବା ପ୍ରତିବାଦରେ ହଟିଂବାସୀଙ୍କ ରାଜପଥ ଅବରୋଧ

ଯୋଡ଼ା, ୨୫।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ୫୨୦ନଂ ଜାତୀୟ ରାଜପଥରେ ପ୍ରବଳ ମାତ୍ରାରେ ଧୂଳି ଉଡିବା ପ୍ରତିବାଦରେ ମଙ୍ଗଳବାର ଯୋଡା ଟଲକ ହଟିଂବାସୀ ୫୨୦ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ମଙ୍ଗଳବାର ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ହଟିଂବାସୀ ଏହି ଅବରୋଧ କରିଥିଲେ। ଖବର ପାଇ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରି ରାସ୍ତାରେ ପାଣି ସିଞ୍ଚନ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ହଟିଂବାସୀ ରାସ୍ତା ଅବରୋଧରୁ ହଟିଥିଲେ। ହଟିଂବାସୀ ସେମାନଙ୍କ ଅଭିଯୋଗରେ କହିଥିଲେ ଯେ, କିଛି ଦିନ ପୂର୍ବେ ଏହି ଅଞ୍ଚଳକୁ ଷ୍ଟାଣ୍ଡିଂ କମିଟି ଓ ମୁଖ୍ୟ ଶାସନ ସଚିବ ଆସିଥିବା ସମୟରେ ରାସ୍ତାରେ ଥିବା ଖାଲଖମାରେ ମାଟି ପକାଇ ଦିଆଯାଇଥିଲା। ଯାହାକି ବର୍ତ୍ତମାନ ଜନସାଧାରଣଙ୍କ ପାଇଁ ଅସୁବିଧା ସାଜିଛି ା କାରଣ, ଖାଲଖମାରେ ପକାଯାଇଥିବା ମାଟିରୁ ଧୂଳି ଉଡି ରାସ୍ତା ସମ୍ପୂର୍ଣ୍ଣ ଧୂଳିରେ କୁହୁଡି ପରି ଆଚ୍ଛାଦିତ ହୋଇଯାଉଛି ା ଗତ ରବିବାର ସନ୍ଧ୍ୟା ସମୟରେ ଏହି ରାଜପଥରେ ବହୁ ମାତ୍ରାରେ ଧୂଳି ଯୋଗୁ ଏକ ମାରୁତି କାର୍‌ର ଚାଳକ ଦେଖି ନ ପାରି ଗାଡିଟିକୁ ରାସ୍ତାର ତଳ ପାର୍ଶ୍ୱକୁ ଖସାଇଦେଇଥିଲେ ା ସେଠାରେ ଉପସ୍ଥିତ ଥିବା ମନୋଜ ବେହେରା ଓ ସାଥୀମାନେ ଗାଡିଟିକୁ ଠେଲି ସେଠାରୁ ବାହାର କରିଥିଲେ ା ବହୁ ମାତ୍ରାରେ ଧୂଳି ଉଡିବା ଦ୍ୱାରା ଘରବାଡି, ଗଛପତ୍ର ଏପରିକି ଖାଦ୍ୟପଦାର୍ଥରେ ମଧ୍ୟ ଧୂଳି ଜମି ଯାଉଛି। ଫଳରେ ସ୍ଥାନୀୟ ହଟିଂବାସୀଙ୍କ ଜୀବନ ଦୁର୍ବିସହ ହୋଇପଡିଥିବା ସେମାନେ ଅଭିଯୋଗ କରିଛନ୍ତି। ରାସ୍ତାରେ ପ୍ରତିଦିନ ପାଣି ସିଞ୍ଚନ କରିବା ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri