Posted inଖେଳ

ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି କାରେ

ମୁମ୍ବାଇ,୧୨।୧(ପି.ଟି.)-ଅଷ୍ଟ୍ରେଲୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଲେକ୍ସ କାରେ ଭାରତୀୟ ଅଭିଜ୍ଞ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି ବୋଲି କହିଛନ୍ତି। ଧୋନୀ ଯେଉଁଭଳି ଭାବେ ମ୍ୟାଚ୍‌ ଫିନିସ କରନ୍ତି, ଠିକ ସେହିଭଳି ଖେଳିବାକୁ ଚାହେଁ। ଖେଳରେ ମୋତେ ଆହୁରି ଉନ୍ନତି ଆଣିବାକୁ ହେବ। ଧୋନୀଙ୍କଠାରୁ ବହୁତ କିଛି ଶିଖିବାର ଅଛି। ଗତ ବର୍ଷ ଧୋନୀଙ୍କ ବିପକ୍ଷରେ ଖେଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି ବୋଲି ଭାରତରେ ପହଞ୍ଚିବା ପରେ ମୁମ୍ବାଇରେ କାରେ ଖବରଦାତାମାନଙ୍କୁ କହିଛନ୍ତି। ଆସନ୍ତା ୧୪ ତାରିଖରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ପ୍ରଥମ ଦିନିକିଆ ମ୍ୟାଚ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଏଠାରେ ଅଭ୍ୟାସ କରିବା ପୂବରୁ କାରେ ଦଳର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି। ଭାରତ ବିପକ୍ଷ ସିରିଜ ଆଦୌ ସହଜ ହେବ ନାହିଁ। ଯଶପ୍ରୀତ ବୁମ୍‌ରା ଓ ମହମ୍ମଦ ସାମିଙ୍କ ଭଳି ଦ୍ରୁତ ବୋଲରଙ୍କୁ ସାମ୍ନା କରିବା ନିଶ୍ଚିତ ଭାବେ କଷ୍ଟକର ବୋଲି କାରେ ସ୍ବୀକାର କରିଛନ୍ତି।
ଆମ ଦଳରେ ଆରୋନ ଫିଞ୍ଚ, ଡେଭିଡ ଓ୍ବାର୍ନର, ଷ୍ଟିଭ୍‌ ସ୍ମିଥ, ମାର୍ନସ ଲାବୁସେନଙ୍କ ଭଳି ବିଶ୍ୱସ୍ତରୀୟ ଖେଳାଳି ରହିଛନ୍ତି। ଗତ ଦିନିକିଆ ସିରିଜରେ ଆମେ ଘରୋଇ ଭାରତକୁ ୩-୨ରେ ପରାସ୍ତ କରିଥିଲୁ। ଏଥର ଆହୁରି ଭଲ ପ୍ରଦର୍ଶନ କରିବୁ। ପୂର୍ବରୁ ଭାରତ ମାଟିରେ ଅଷ୍ଟ୍ରେଲିଆ ଭଲ ପ୍ରଦର୍ଶନ କରିଆସିଛି। ଏଥର ମଧ୍ୟ ସିରିଜ ଜିତିବାକୁ ପ୍ରୟାସ କରିବୁ ବୋଲି କାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri