Posted inଖେଳ

ଧୋନୀଙ୍କୁ କୋହଲିଙ୍କ ଭୂୟସୀ ପ୍ରଶଂସା

ମାଞ୍ଚେଷ୍ଟର,୨୮।୬ (ପି.ଟି.)- ବିଶ୍ୱକପ୍‌ରେ ଗତ କେତୋଟି ମ୍ୟାଚ୍‌ରେ ମନ୍ଥର ବ୍ୟାଟିଂ କରି ବେଶ୍‌ ସମାଲୋଚିତ ହୋଇଥିବା ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କୁ କିନ୍ତୁ ଅଧିନାୟକ ବିରାଟ କୋହଲି ସମର୍ଥନ କରି ଭୂୟସି ପ୍ରଶଂସା କରିଛନ୍ତି। ଧୋନୀ କ୍ରିକେଟର ଜଣେ କିମ୍ବଦନ୍ତୀ ବୋଲି ସେ କହିଛନ୍ତି। ଧୋନୀ ପୂର୍ବରୁ ଆମକୁ ଏକାଧିକ ମ୍ୟାଚ୍‌ରେ ଜିତାଇଛନ୍ତି। ତାଙ୍କ ଅଭିଜ୍ଞତା ଦଳ ପାଇଁ ଆଶୀର୍ବାଦ ସଦୃଶ ହୋଇଛି। ଓ୍ବେଷ୍ଟଇଣ୍ଡିଜକୁ ହରାଇବାରେ ଧୋନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ମଧ୍ୟ ରହିଛି। ପ୍ରତିକୂଳ ପରିସ୍ଥିତିରେ ୩୮ ବଲରୁ ଦ୍ରୁତ ୪୬ ରନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମଧ୍ୟ କୋହଲି ପ୍ରଶଂସା କରିଛନ୍ତି। ୨୭୦ ରନ ଏକ ଭଲ ସ୍କୋର ଥିଲା କୋହଲି କହିଛନ୍ତି। ଅନ୍ୟପଟେ ପରାଜୟ ପାଇଁ ଦୁର୍ବଳ ବ୍ୟାଟିଂକୁ ଦାୟୀ କରିଛନ୍ତି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର। ଉଲ୍ଲେଖଥାଉ କି, ସ୍ଥିର ପ୍ରଦର୍ଶନ କାରଣରୁ ଭାରତ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଇଂଲଣ୍ଡକୁ ହଟାଇ ଶୀର୍ଷ ସ୍ଥାନ ଅଧିକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri