ଧୋନୀଙ୍କୁ ବିସିସିଆଇର ସମର୍ଥନ

ନୂଆଦିଲ୍ଲୀ,୭।୬- ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ବ୍ୟବହାର ଉଇକେଟ କିପିଂ ଗ୍ଲୋଭ୍ସକୁ ନେଇ ଏବେ ବିବାଦ ଦେଖାଦେଇଛି। ଗ୍ଲୋଭ୍ସରେ ଲାଗିଥିବା ଆର୍ମିର ପ୍ରତୀକ ବଳିଦାନ ଚିହ୍ନକୁ ଗ୍ଲୋଭ୍ସରୁ ହଟାଇବା ପାଇଁ ଆଇସିସି ପକ୍ଷରୁ ବିସିସିଆଇକୁ ନିବେଦନ କରାଯାଇଥିଲା। ହେଲେ ପ୍ରଶାସକ କମିଟି (ସିଓଏ) ମୁଖ୍ୟ ବିନୋଦ ରାଇ ପୂର୍ବତନ ଅଧିନାୟକଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ରାଇ କହିଛନ୍ତି, ଉକ୍ତ ଚିହ୍ନ କୌଣସି ଧାର୍ମିକ କିମ୍ବା ବ୍ୟବସାୟିକ ଚିହ୍ନ ନୁହେଁ। ଏଣୁ ବିସିସିଆଇ ଧୋନୀଙ୍କ ସପକ୍ଷରେ ରହିଛି। ଏହାକୁ ସ୍ବୀକୃତି ଦେବା ପାଇଁ ବିସିସିଆଇ ପକ୍ଷରୁ ଆଇସିସି ନିକଟରେ ଅନୁରୋଧ କରାଯାଇଛି। ଆଇସିସି ନିୟମ ଅନୁଯାୟୀ, କୌଣସି ଖେଳାଳି ବ୍ୟବସାୟିକ, ଧାର୍ମିକ କିମ୍ବା ସୈନ୍ୟଙ୍କ ଲୋଗୋ ବ୍ୟବହାର କରିପାରିବେ ନାହିଁ। କିନ୍ତୁ ଧୋନୀ ପାରାମିଲିଟାରି ରେଜିମେଣ୍ଟାର ଲୋଗୋ ଗ୍ଲୋଭ୍ସରେ ବ୍ୟବହାର କରିଛନ୍ତି, ଯାହା ସଭିଙ୍କୁ ଜଣା। ଏଣୁ ଧୋନୀ କୌଣସି ଆଇସିସି ନିୟମ ଭଙ୍ଗ କରିନାହାନ୍ତି। ଧୋନୀ ଏହି ଗ୍ଲୋଭ୍ସର ବ୍ୟବହାର ଜାରି ରଖନ୍ତୁ ଆଇସିସିକୁ ଆମେ ଅନୁରୋଧ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri