Posted inଖେଳ

ଧୋନୀଙ୍କ ୭ ନଂ ଜର୍ସି ପଛର କାରଣ

ଚେନ୍ନାଇ,୨୩।୮: ମହେନ୍ଦ୍ର ସିଂ ଧୋନୀ ଦେଶର ସଫଳ ତଥା ଲୋକପ୍ରିୟ କ୍ରିକେଟ ଅଧିନାୟକ। ସେ ସର୍ବଦା ୭ ନଂ ଜର୍ସି ପିନ୍ଧନ୍ତି। ଏହାର କାରଣ ଖୁବ୍‌ କମ୍‌ ଲୋକଙ୍କୁ ଜଣାଥିବ। ତେବେ ଧୋନୀ ତାଙ୍କର ଜନ୍ମ ତାରିଖକୁ ଲକି ବୋଲି ମନେକରନ୍ତି। ଭେଟେରାନ ଉଇକେଟକିପର ୧୯୮୧ ଜୁଲାଇ ୭ ତାରିଖରେ ଜନ୍ମ ହୋଇଥିଲେ। ଇଂରାଜି କ୍ୟାଲେଣ୍ଡର ଅନୁଯାୟୀ ଜୁଲାଇ ବର୍ଷର ୭ମ ମାସ। ଏହାବାଦ୍‌ ତାଙ୍କ ଫେଭରାଇଟ ଫୁଟ୍‌ବଲ କ୍ଲବ ହେଉଛି ମାଞ୍ଚେଷ୍ଟର ୟୁନାଇଟେଡ୍‌। ଏହି ଦଳ ପାଇଁ ବର୍ତ୍ତମାନ ଫୁଟ୍‌ବଲର ସଫଳ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋ ଖେଳୁଥିଲେ। ତାଙ୍କ ଜର୍ସି ନଂ ମଧ୍ୟ ୭ ଥିଲା। ତେବେ ଧୋନୀ କ୍ରିକେଟ କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ଜଣେ ଜ୍ୟୋତିଷୀଙ୍କ ସହ ଯୋଗାଯୋଗ କରିଥିଲେ। ୭ ନଂ ଏକମାତ୍ର ନମ୍ବର, ଯାହାର କୌଣସି ପଜିଟିଭ କିମ୍ବା ନେଗେଟିଭ ପ୍ରଭାବ ନ ଥିବା ତାଙ୍କଠାରୁ ଜାଣିବାକୁ ପାଇଥିଲେ। ଏହାପରେ ଧୋନୀ ୭ ନଂ ଜର୍ସି ପିନ୍ଧିବାକୁ ନିଷ୍ପତ୍ତି ନେଇଥିଲେ। କହିବାକୁ ଗଲେ, ସେ ବିଶ୍ୱର ସବୁଠୁ ସଫଳତମ ଅଧିନାୟକ। ତାଙ୍କ ନେତୃତ୍ୱରେ ଭାରତ ୨୦୦୭ ଟି୨୦ ବିଶ୍ୱକପ୍‌, ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଥିଲା। ସମସ୍ତ ଆଇସିସି ଟ୍ରଫି ହାତେଇଥିବା ସେ ଏକମାତ୍ର ଅଧିନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri