ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦ ଓ ଦିନିକିଆ ଦଳରେ ଧୋନୀଙ୍କୁ ସ୍ଥାନ ମିଳିବ ନାହିଁ। ମାତ୍ର ଦଳ ଘୋଷଣା ହେବା ପୂର୍ବରୁ ଧୋନୀଙ୍କ ସହ ଚୟନକର୍ତ୍ତା ତାଙ୍କ ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା କରିବେ। ଇଂଲିଶ ଖବରକାଗଜ ଟାଇମ୍ସ ଅଫ୍‌ ଇଣ୍ଡିଆରେ ପ୍ରକାଶ ପାଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ, ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ୩ ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଲାଗି ଧୋନୀ ଉପଲବ୍ଧ ନାହାନ୍ତି। ଆଶା କରାଯାଉଛି ସେ ଭାରତୀୟ ଦଳରେ ଆରମ୍ଭ ହେବାକୁ ଥିବା ଟ୍ରାନ୍‌ଜିଶନ ଫେଜର ଅଂଶ ହେବେ। ଯେଉଁଥିରେ ଜଣେ ନୂଆ ଖେଳାଳି ଧୋନୀଙ୍କ ସ୍ଥାନ ନେବ। ଧୋନୀ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବେ ନାହିଁ। ତାଙ୍କ ବଦଳରେ ରିଷଭ ପନ୍ତ ପ୍ରଥମ ଉଇକେଟକିପର ବିକଳ୍ପ ଭାବେ ଭାରତୀୟ ଦଳର ଅଂଶ ହୋଇ ରହିବେ। ତାଙ୍କୁ ଯଥେଷ୍ଟ ସମୟ ଦିଆଯିବ। ଧୋନୀଙ୍କୁ ୧୫ ଜଣିଆରେ ଦଳରେ ସ୍ଥାନ ମିଳିବ, ହେଲେ ଚୂଡ଼ାନ୍ତ ଏକାଦଶରେ ନୁହେଁ। ଭାରତୀୟ ଦଳକୁ ଏବେ ମାର୍ଗଦର୍ଶକଙ୍କ ଆବଶ୍ୟକ ରହିଛି। ଏଭଳି ପରିସ୍ଥିତିରେ ଧୋନୀ ଦଳଠାରୁ ଦୂରରେ ରହିବା ଭଲ ନୁହେଁ। ରିଷଭଙ୍କ ବ୍ୟତୀତ ସିନିୟର ଉଇକେଟକିପର ଦୀନେଶ କାର୍ତ୍ତିକ ମଧ୍ୟ ବିକଳ୍ପ ଭବେ ଉପଲବ୍ଧ ଅଛନ୍ତି। ହେଲେ ତାଙ୍କ ଭବିଷ୍ୟତ ସମ୍ପୂର୍ଣ୍ଣ ଭାବେ ଚୟନକର୍ତ୍ତାଙ୍କ ଉପରେ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri