ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦ ଓ ଦିନିକିଆ ଦଳରେ ଧୋନୀଙ୍କୁ ସ୍ଥାନ ମିଳିବ ନାହିଁ। ମାତ୍ର ଦଳ ଘୋଷଣା ହେବା ପୂର୍ବରୁ ଧୋନୀଙ୍କ ସହ ଚୟନକର୍ତ୍ତା ତାଙ୍କ ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା କରିବେ। ଇଂଲିଶ ଖବରକାଗଜ ଟାଇମ୍ସ ଅଫ୍‌ ଇଣ୍ଡିଆରେ ପ୍ରକାଶ ପାଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ, ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ୩ ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଲାଗି ଧୋନୀ ଉପଲବ୍ଧ ନାହାନ୍ତି। ଆଶା କରାଯାଉଛି ସେ ଭାରତୀୟ ଦଳରେ ଆରମ୍ଭ ହେବାକୁ ଥିବା ଟ୍ରାନ୍‌ଜିଶନ ଫେଜର ଅଂଶ ହେବେ। ଯେଉଁଥିରେ ଜଣେ ନୂଆ ଖେଳାଳି ଧୋନୀଙ୍କ ସ୍ଥାନ ନେବ। ଧୋନୀ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବେ ନାହିଁ। ତାଙ୍କ ବଦଳରେ ରିଷଭ ପନ୍ତ ପ୍ରଥମ ଉଇକେଟକିପର ବିକଳ୍ପ ଭାବେ ଭାରତୀୟ ଦଳର ଅଂଶ ହୋଇ ରହିବେ। ତାଙ୍କୁ ଯଥେଷ୍ଟ ସମୟ ଦିଆଯିବ। ଧୋନୀଙ୍କୁ ୧୫ ଜଣିଆରେ ଦଳରେ ସ୍ଥାନ ମିଳିବ, ହେଲେ ଚୂଡ଼ାନ୍ତ ଏକାଦଶରେ ନୁହେଁ। ଭାରତୀୟ ଦଳକୁ ଏବେ ମାର୍ଗଦର୍ଶକଙ୍କ ଆବଶ୍ୟକ ରହିଛି। ଏଭଳି ପରିସ୍ଥିତିରେ ଧୋନୀ ଦଳଠାରୁ ଦୂରରେ ରହିବା ଭଲ ନୁହେଁ। ରିଷଭଙ୍କ ବ୍ୟତୀତ ସିନିୟର ଉଇକେଟକିପର ଦୀନେଶ କାର୍ତ୍ତିକ ମଧ୍ୟ ବିକଳ୍ପ ଭବେ ଉପଲବ୍ଧ ଅଛନ୍ତି। ହେଲେ ତାଙ୍କ ଭବିଷ୍ୟତ ସମ୍ପୂର୍ଣ୍ଣ ଭାବେ ଚୟନକର୍ତ୍ତାଙ୍କ ଉପରେ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri