Posted inଖେଳ

ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ: ପିଟରସନ

ମୁମ୍ବାଇ,୧୮।୪ (ପି.ଟି.)- ଇଂଲଣ୍ଡ ପୂର୍ବତନ ତାରକା ବ୍ୟାଟ୍ସମ୍ୟାନ କେଭିନ ପିଟରସନ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ ବୋଲି ସେ ମତ ଦେଇଛନ୍ତି। ଦୁଇଟି ବିଶ୍ୱକପ୍‌ ଜିତିଥିବା ଧୋନୀଙ୍କୁ ବିନା ଦ୍ୱିଧାରେ ନେତୃତ୍ୱ ନେବାରେ ଶ୍ରେଷ୍ଠ କୁହାଯାଇପାରେ ବୋଲି ସେ କହିଛନ୍ତି। ଧୋନୀଙ୍କ ମହାନତା ନେଇ ଯୁକ୍ତି କରିବା ନିହାତି କଷ୍ଟକର। ଧୋନୀଙ୍କ ଉପରେ ପ୍ରଶଂସକଙ୍କ ବହୁତ ଆଶା ଥାଏ। ଭାରତ ଓ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌ )ର ନେତୃତ୍ୱ ନେବା ଓ ଏଥିସହିତ ନିଜ ଜୀବନ ଜିଇବା ଆଦୌ ସହଜ ନୁହଁ ବୋଲି ୧୦୪ଟି ଟେଷ୍ଟ ଖେଳିଥିବା ପିଟରସନ କହିଛନ୍ତି। ଧୋନୀଙ୍କ ନେତୃତ୍ୱରେ ଭାରତ ଅସାଧାରଣ ସଫଳତା ହାସଲ କରିଛି। ତାଙ୍କ ନେତୃତ୍ୱରେ ଭାରତ ୨୦୦୭ ଟି୨୦ ବଶ୍ୱକପ୍‌ ଓ ୨୦୧୧ ଦିନିକିଆ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା। ଭାରତ ମଧ୍ୟ ତାଙ୍କ ନେୃତ୍ୱରେ ୨୦୧୩ ଚାମ୍ପିୟନ୍ସ ଟ୍ରଫି ଜିତିଥିଲା। ତେବେ ଇଂଲଣ୍ଡରେ ଗତ ଜୁଲାଇରେ ଅନୁଷ୍ଠିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିବା ପରେ ଧୋନୀ ଆଉ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିନାହାନ୍ତି। ଧୋନୀ ଚେନ୍ନାଇର ନେତୃତ୍ୱ ନେଇ ଆଇପିଏଲ୍‌ରେ ୩ ଥର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ୨୦୧୦, ୨୦୧୧ ଓ ୨୦୧୮ରେ ଚେନ୍ନାଇ ଧୋନୀଙ୍କ ନେତୃତ୍ୱରେ ଟାଇଟଲ ହାସଲ କରିଥିଲା। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଆଇପିଏଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଥିଲା। ଧୋନୀ ଏପର୍ଯ୍ୟନ୍ତ ୯୦ଟି ଟେଷ୍ଟ, ୩୫୦ଟି ଦିନିକିଆ ଓ ୯୮ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?