Posted inଖେଳ

ଧ୍ୟାନଚାନ୍ଦଙ୍କୁ ‘ଚାନ୍ଦ୍‌’ କହି ଡାକୁଥିଲେ ସାଥୀ ଖେଳାଳି

ଆଜି ହେଉଛି ଜାତୀୟ କ୍ରୀଡା ଦିବସ।୧୯୦୫ ମସିହା ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିନକୁ ପ୍ରତିବର୍ଷ ଜାତୀୟ କ୍ରୀଡା ଦିବସ ଭାବେ ପାଳନ କରାଯାଏ। ମାତ୍ର ୧୭ ବର୍ଷ ବୟସରେ ସେ ପଞ୍ଜାବ ରେଜିମେଣ୍ଟରେ ଯୋଗଦେଇ ହକି ତାଲିମ ନେଇଥିଲେ। ପିଲାଟି ଦିନରୁ ଖେଳ ପ୍ରତି ରୁଚି ନ ଥିଲେ ବି ପରବର୍ତ୍ତୀ ସମୟରେ ନିଜର ଅଭ୍ୟାସ,ନିଷ୍ଠା ଯୋଗୁ ହକି ଯାଦୁଗର ହୋଇପାରିଥିଲେ। ତାଙ୍କର ଅସାଧାରଣ ହକିଷ୍ଟିକ ଚାଳନା ବଳରେ ଭାରତ ଏକଦା ବିଶ୍ୱ ହକିରେ ଆଧିପତ୍ୟ ବିସ୍ତାର କରିଥିଲା। ସେଥିପାଇଁ ସାଥୀ ଖେଳାଳିମାନେ ତାଙ୍କୁ ‘ଚାନ୍ଦ୍‌’ ବୋଲି ଡାକୁଥିଲେ। ଧ୍ୟାନଚାନ୍ଦଙ୍କ ସମୟରେ ଭାରତୀୟ ହକିର ସୁବର୍ଣ୍ଣଯୁଗ ଥିଲା। ୧୯୨୬ରୁ ଆରମ୍ଭ କରି ୧୯୪୮ରେ ଅବସର ନେବା ମଧ୍ୟରେ ଏକ ହଜାରରୁ ଅଧିକ ଗୋଲ ସ୍କୋର କରିଥିଲେ। ତିନୋଟି ଅଲିମ୍ପିକରେ ଭାରତର ୧୦୨ଟି ଗୋଲ ମଧ୍ୟରୁ ଧ୍ୟାନଚାନ୍ଦଙ୍କ ଥିଲା ୩୮ଟି ଗୋଲ। ତେଣୁ ତାଙ୍କୁ ଗୋଲ ମେଶିନ ବୋଲି ମଧ୍ୟ କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri