ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିବା ବେଳେ ପୁଣେରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏବେ ଏକ ଫିଲ୍ମ ଶୁଟିଂରେ ନଓ୍ବାଜୁଦ୍ଦିନ ଆମେରିକାରେ ଥିବା ଜଣାପଡିଛି। ଗତବର୍ଷ ଅକ୍ଟୋବରରେ ସିଦ୍ଦିକି ତାଙ୍କ ଭଉଣୀଙ୍କ କଥା ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଥିଲେ। ସେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଭଉଣୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ ସାୟମା ୧୮ ବର୍ଷ ବୟସରୁ ବ୍ରେଷ୍ଟ କ୍ୟାନସରରେ ପୀଡିତ ବୋଲି କହିଥିଲେ। ଦୀର୍ଘଦିନ ଧରି ସେ କଷ୍ଟ ପାଉଥିବା ବେଳେ ତାଙ୍କ ୨୫ ତମ ଜନ୍ମଦିବସରେ ସିଦ୍ଦିକି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହାସହ ସାୟମାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମଧ୍ୟ ଉକ୍ତ ଟୁଇଟରେ ସେ ଧନ୍ୟବାଦ ଜଣାଇଥିଲେ। ତେବେ ସାୟମାଙ୍କ ଅନ୍ତିମ ସଂସ୍କାର ରବିବାର ତାଙ୍କ ପୈତୃକ ଗ୍ରାମ ଉତ୍ତର ପ୍ରଦେଶରେ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri