ନକଲି ଆଇଆରଏସ ଅଧିକାରୀଙ୍କୁ ୬ ବର୍ଷ ଜେଲ ଦଣ୍ଡ

ବାରିପଦା ଅଫିସ,୧ା୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଏସଡିଜେଏମ କୋର୍ଟର ବିଚାରପତି ସୁମିତା ଆଚାର୍ଯ୍ୟ ବୁଧବାର ଏକ ଠକେଇ ମାମଲାର ବିଚାର କରି ଜଣେ ନକଲି ଆଇଆରଏସ ଅଧିକାରୀଙ୍କୁ ୬ ବର୍ଷ ଜେଲ ଦଣ୍ଡ ସହ ୧୦ ହଜାର ଜୋରିମାନା ଆଦେଶ ଦେଇଛନ୍ତି।
ଭଦ୍ରକ ଜିଲାର ସତ୍ୟଜିତ ପଣ୍ଡା ନିଜକୁ ଆଇଆରଏସ ଅଧିକାରୀ ପରିଚୟ ଦେଇ ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚାର ଜଣ ନେତ୍ରୀଙ୍କ ସହ ସୋସିଆଲ ମିଡିଆରେ ବନ୍ଧୁତା ସ୍ଥାପନ କରିଥିଲେ। ତାଙ୍କୁ ଏକ ସ୍ବେଚ୍ଛାସେବୀ ସଂସ୍ଥା କରାଇଦେବେ ବୋଲି କଥା ଦେଇ ବାରିପଦା ଆସି ତାଙ୍କଠାରୁ ୩ ହଜାର ଟଙ୍କା ନେଇ ଯାଇଥିଲେ। ପରେ ଏହି ନେତ୍ରୀଙ୍କ ସନ୍ଦେହ ହେବାରୁ ସେପ୍ଟେମ୍ବର ୨୦୧୮ରେ ବାରିପଦା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଏକ ମାମଲା ରୁଜୁ କରିବା ସହିତ ନକଲି ଆଇଆରଏସ ପରିଚୟ ଦେଇ ଥିବା ସତ୍ୟଜିତଙ୍କୁ ଗିରଫ କରିଥିଲା। ସତ୍ୟଜିତିଙ୍କ ନାଁରେ ମୟୂରଞ୍ଜ ଜିଲାର ବିଭିନ୍ନ ଥାନା ଓ ଅନ୍ୟ ଜିଲା ଗୁଡିକରେ ଠକେଇ ମାମଲା ରହିଥିବା ପୋଲିସ ରିପୋର୍ଟରେ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri