ନକଲି ପ୍ରଶ୍ନପତ୍ର ଭାଇରାଲ

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ)/ ଧର୍ମଗଡ଼,୨୦ା୨(ଡି.ଏନ.ଏ.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ସାରା ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା। ହେଲେ ଆରମ୍ଭ ଦିନରେ ନକଲି ଓଡ଼ିଆ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରୀକ୍ଷା ଶେଷ ହେବାର ଅଧଘଣ୍ଟା ପୂର୍ବରୁ ଓଡ଼ିଆ ସବ୍‌ଜେକ୍ଟିଭ୍‌ ପ୍ରଶ୍ନପତ୍ର ସେଟ୍‌-ବି’ର ଅନେକ ପୃଷ୍ଠା ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଓ କଳାହାଣ୍ଡି ଜିଲାର ଧର୍ମଗଡ଼ ଅଞ୍ଚଳରୁ ହ୍ବାଟ୍‌ସଆପ୍‌ରେ ଭାଇରାଲ ହୋଇଥିବା ଚର୍ଚ୍ଚା ହୋଇଥିଲା। କିନ୍ତୁ ଏଭଳି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ବୋର୍ଡ ପରୀକ୍ଷା ନିୟନ୍ତ୍ରକ ଡ. ନୀହାର ରଞ୍ଜନ ମହାନ୍ତିଙ୍କ କହିବାନୁଯାୟୀ, ଯେଉଁ ଫଟୋ ଭାଇରାଲ ହୋଇଛି ତାହା ବୋର୍ଡର ପ୍ରଶ୍ନପତ୍ର ନୁହେଁ। ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଭାଇରାଲ ଫଟୋ ବୋର୍ଡ ପ୍ରଶ୍ନପତ୍ରର ଏକ ନକଲ। କେହି ଜାଣିଶୁଣି ବୋର୍ଡକୁ ବଦନାମ କରିବା ପାଇଁ ଚେଷ୍ଟା କରିଛନ୍ତି। ପ୍ରତ୍ୟେକ ପ୍ରଶ୍ନପତ୍ରରେ ଏକ ସିକ୍ୟୁରିଟି କୋଡ୍‌ ଦିଆଯାଇଛି। କୋଡ୍‌ଟି ଖାଲି ଆଖିରେ ଦେଖାଯିବ ନାହିଁ। ହେଲେ ଏହାର ଫଟୋ ଉଠାଇଲେ ତାହା କେଉଁ କେନ୍ଦ୍ରର ପ୍ରଶ୍ନପତ୍ର, ସହଜରେ ଜଣାପଡ଼ିଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ମହାନ୍ତି କହିଛନ୍ତି। ସେପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ପ୍ରଶ୍ନପତ୍ର ଭାଇରାଲ ହୋଇଥିଲେ ତଦନ୍ତ ହେବ। ଏଥିରେ ଯିଏ ସମ୍ପୃକ୍ତ ଥିବ ତା’ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର କହିଛନ୍ତି ଯେ, ପ୍ରଶ୍ନପତ୍ର ଭାଇରାଲ ଚର୍ଚ୍ଚା ହେବା ପରେ ଜିଲାର ସମସ୍ତ ୧୩ ବ୍ଲକରେ ଯାଞ୍ଚ କରାଯାଇଥିଲା। କିନ୍ତୁ କୌଣସି ପ୍ରମାଣ ମିଳି ନାହିଁ ବୋଲି ଚୋପଦାର କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନର ଓଡ଼ିଆ ପ୍ରଶ୍ନପତ୍ର ସାଙ୍ଗକୁ ଗଣିତ ଓ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ତାହାକୁ ବୋର୍ଡ କର୍ତ୍ତୃପକ୍ଷ ସ୍ବୀକାର କରିଥିଲେ। ଭାଇରାଲ୍‌କୁ ରୋକିବା ପାଇଁ ଚଳିତବର୍ଷ ବୋର୍ଡ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବା ସହ ୧୦୦୦ କେନ୍ଦ୍ରରେ ସିସି କ୍ୟାମେରା ଲଗାଯାଇଛି। ପ୍ରତି ପ୍ରଶ୍ନପତ୍ରରେ କୋଡ୍‌ର ବ୍ୟବସ୍ଥା କରାଯାଇଛି।
ସୂଚନାଥାଉ କି, ବୁଧବାର ସକାଳ ୯ଟାରୁ ପରୀକ୍ଷା କେନ୍ଦ୍ରର ଗେଟ୍‌ ଖୋଲିଥିଲା। ତ୍ରିସ୍ତରୀୟ ଯାଞ୍ଚ ପରେ ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ର ଭିତରକୁ ଛଡ଼ାଯାଇଥିଲା। ସ୍ଥାନୀୟ ପ୍ରଶାସନିକ, ପୋଲିସ ଅଧିକାରୀ ଏବଂ ଶିକ୍ଷାଧିକାରୀମାନେ ଉପସ୍ଥିତ ରହି ପରୀକ୍ଷାର ସୁପରିଚାଳନା କରିଛନ୍ତି। ପରୀକ୍ଷାର ଦ୍ୱିତୀୟ ଦିବସଠାରୁ ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ର ଖୋଲିବ। ପ୍ରଥମ ଦିନରେ ପିଲାମାନେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୨ଟାରେ ଶେଷ ହୋଇଥିଲା। ପ୍ରଥମ ଦିବସରେ ୬୯ଜଣ କପି କରି ଧରାପଡ଼ିବା ସହ ମାଲପ୍ରାକ୍ଟିସ ହୋଇଛନ୍ତି। ସେଥିମଧ୍ୟରୁ ମାଟ୍ରିକ ପରୀକ୍ଷାର ୪୪, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ୨୪ ଓ ମଧ୍ୟମାର ଜଣେ ପରୀକ୍ଷାର୍ଥୀ ଅଛନ୍ତି। ଉପରୋକ୍ତ ୩ଟି ଯାକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ସହ ସଫଳତା କାମନା କରୁଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ପରୀକ୍ଷାର୍ଥୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇବା ସହିତ ଛାତ୍ରଛାତ୍ରୀଙ୍କ ସଫଳତା କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri