ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩ ଜଣ ବନ୍ଧୁକଧାରୀ ଯୁବକ ଏକ ବାଇକ ଯୋଗେ ବିଶୋଇ ପଟୁ ବାଙ୍ଗିରିପୋଷି ଆଡକୁ ଆସୁଥିବା ବାଙ୍ଗିରିପୋଷି ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା ା ସେମାନଙ୍କର ଗତିବିଧି ଲକ୍ଷ୍ୟ ପାଇଁ କିଛି ପୋଲିସ କର୍ମଚାରୀ ଘାଟି ଉପରେ ଜଗି ରହିଥିବା ବେଳେ ଘାଟି ତଳେ ଥାନା ଅଧିକାରୀ ଚନ୍ଦନ କୁମାର ଘଡାଇଙ୍କ ସହ ପୋଲିସ ଟିମ ମଧ୍ୟ ସଜାଗ ରହିଥିଲା ା କିଛି ସମୟ ବ୍ୟବଧାନରେ ଏକ ବାଇକରେ ୩ ଜଣ ଯୁବକ ଆସୁଥିବା ଲକ୍ଷ୍ୟ କରି ସେମାନଙ୍କୁ ଅଟକାଇବାକୁ ପ୍ରୟାସ କରାଯାଇଥିଲା। କିନ୍ତୁ ସେମାନେ ଅଟକି ନ ଥିଲେ। ପୋଲିସର ସନ୍ଦେହ ଦୃଢିଭୁତ ହେବାରୁ ସେମାନଙ୍କୁ ପିଛା କରିଥିଲା। ଦୀର୍ଘ ୧୦ କି.ମିରୁ ଊର୍ଦ୍ଧ୍ୱ ରାସ୍ତା ଗୋଡାଇବା ପରେ ପଥୁରୀ ପଞ୍ଚାୟତ ନିକଟରେ ସେମାନଙ୍କୁ ଧରିବାରେ ପୋଲିସ ସଫଳ ହୋଇଥିଲା। ତଲାସୀ ବେଳେ ସେମାନଙ୍କ ନିକଟରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ସେମାନେ ବ୍ୟବହାର କରିଥିବା ହୋଣ୍ଡା ସାଇନ ବାଇକକୁ ମଧ୍ୟ ପୋଲିସ ଜବତ କରିଛି। ପୋଲିସ ୩ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚୁରା କରୁଥିବା ବେଳେ ଥାନାରେ ଏକ ମାମଲା(ନଂ. ୧୨୫/୧୯)ରୁଜୁ ହୋଇଛି। ସୋମବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri