ନକଲି ବିଦେଶୀ ମଦ ଜବତ, ୨ ଗିରଫ

ପାଟପୁର,୧୭ା୫(ଡି.ଏନ.ଏ.)- ପାଟପୁର ଥାନା ଅନ୍ତର୍ଗତ ସାହାସପୁର ଗ୍ରାମରେ ଜଣେ ବ୍ୟବସାୟୀ ନକଲି ମଦ ପ୍ରସ୍ତୁତ କରି ବିଭିନ୍ନ ପଞ୍ଚାୟତକୁ ଚାଲାଣ କରୁଥିବା ଅଭିଯୋଗକୁ ଭିତ୍ତିକରି ଗତ ସୋମବାର ଉକ୍ତ ଗ୍ରାମର ସୁବାସ ଚନ୍ଦ୍ର ସାହୁ ଓରଫ ବାବୁଲାଙ୍କୁ ଗିରଫ କରାଯାଇଥିଲା। ଏହାକୁ ନେଇ ନକଲି ମଦ ବ୍ୟବସାୟୀଙ୍କ ମଧ୍ୟରେ ଛନକା ପଶିଛି। ବୁଧବାର ଡ଼େଙ୍ଗାଡ଼ି ପଞ୍ଚାୟତ ଲେଙ୍କାଖାଲି ଗ୍ରାମର ଇନ୍ଦ୍ର ପରିଡ଼ାଙ୍କ ଘରୁ ୧୭ ଲିଟର ନକଲି ବିଦେଶୀ ମଦ ଜବତ କରିଥିଲା। ଦିଗପହଣ୍ଡି ଅବକାରୀ ବିଭାଗ ପାଟପୁର ପୋଲିସ ସହାୟତାରେ ଉକ୍ତ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସେହିପରି ଗୁରୁବାର ପ୍ରତାପଗିରି ଗ୍ରାମର ପାଣ ଜେନା ଏବଂ ଏରେଣ୍ଢ୍ରା ଗ୍ରାମର ଦରଜି ବରାଡ଼ ନାମକ ୨ ନକଲି ବ୍ୟବସାୟୀଙ୍କଠାରୁ ମଦ ଜବତ ହୋଇଛି। ଉଭୟଙ୍କୁ କୋର୍ଟଚାଲାଣ କରାଯାଇଛି। ଚିକିଟି ଅବକାରୀ ରେଞ୍ଜର ଲକ୍ଷ୍ମଣନାଥ ଷଡ଼ଙ୍ଗୀ, ଦିଗପହଣ୍ଡି ରେଞ୍ଜର ଅଭିମନ୍ୟୁ ସାହୁ, ଏଏସଆଇ ରବୀନ୍ଦ୍ର ନାଥ ପାଢ଼ୀ, କନେଷ୍ଟବଳ ଡ଼ମ୍ବୁରୁ ପ୍ରସାଦ ବେହେରା, ଅଜୟ କୁମାର ସାହୁ, ଗୋବିନ୍ଦ ବେହେରା, ପଦ୍ମାବତୀ ସେଠୀଙ୍କ ସହ ପାଟପୁର ଥାନା ପୋଲିସ ସଦଳବଳେ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri