Posted inଭଦ୍ରକ

ନକଲି ବିଦ୍ୟୁତ୍‌ କର୍ମଚାରୀଙ୍କ ଡକାୟତି: ଟଙ୍କା, ସୁନା ଅଳଙ୍କାର ଲୁଟ୍‌

ତିହିଡ଼ି, ୧୯।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି ଗ୍ରାମର ଚିନ୍ତାମଣି ସାହୁଙ୍କ ଘରୁ ଶୁକ୍ରବାର ମଧ୍ୟାହ୍ନରେ ଡକାୟତି ହୋଇଛି। ଡକାୟତମାନେ ନିଜକୁ ବିଦ୍ୟୁତ୍‌ କର୍ମଚାରୀ ପରିଚୟ ଦେଇ ମିଟର ଯାଞ୍ଚ କରିବା ଆଳରେ ତାଙ୍କ ଘରେ ପଶି ଟଙ୍କା ଓ ସୁନା ଅଳଙ୍କାର ଲୁଟ୍‌ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ତିହିଡ଼ି ଥାନା ପୋଲିସ ଏହି ଘଟଣାରେ ଏକ ମାମଲା(ନଂ.୪୫୪/୧୯) ରୁଜୁ କରି ତଦନ୍ତ ଚଳାଇଛି।
ଚିନ୍ତାମଣି ଥାନାରେ ଅଭିଯୋଗ କରିଛନ୍ତି ଯେ, ମଧ୍ୟାହ୍ନରେ ୨ ଜଣ ବ୍ୟକ୍ତି ତାଙ୍କ ଘରକୁ ଆସିଥିଲେ। ବିଦ୍ୟୁତ୍‌ କର୍ମଚାରୀ ପରିଚୟ ଦେଇ ସେମାନେ ମିଟର ଯାଞ୍ଚ କରିବା ବାହାନାରେ ତାଙ୍କ ଘର ଭିତରକୁ ପଶିଥିଲେ। ପରେ ଘରେ ଥିବା ତାଙ୍କ ସ୍ତ୍ରୀଙ୍କୁ ସେମାନେ ଆକ୍ରମଣ କରିଥିଲେ। ଏହି ସମୟରେ ସେହି ଡକାୟତ ଦଳର ଅନ୍ୟ ଦୁଇଜଣ ମୁହଁରେ କପଡ଼ା ବାନ୍ଧି ସେଠାରେ ପହଞ୍ଚିଥିଲେ। ସେମାନେ ତାଙ୍କର ଓ ତାଙ୍କ ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ଦେଇ ଘରୁ ୩୦ ହଜାର ଟଙ୍କା ସହିତ ସୁନା ଅଳଙ୍କାର ଲୁଟ୍‌ କରି ପଳାଇ ଯାଇଥିଲେ। ତେବେ ଆକ୍ରମଣରେ ଆହତ ଚିନ୍ତାମଣିଙ୍କ ସ୍ତ୍ରୀଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri