Posted inଭଦ୍ରକ

ନକଲି ବିଦ୍ୟୁତ୍‌ କର୍ମଚାରୀଙ୍କ ଡକାୟତି: ଟଙ୍କା, ସୁନା ଅଳଙ୍କାର ଲୁଟ୍‌

ତିହିଡ଼ି, ୧୯।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି ଗ୍ରାମର ଚିନ୍ତାମଣି ସାହୁଙ୍କ ଘରୁ ଶୁକ୍ରବାର ମଧ୍ୟାହ୍ନରେ ଡକାୟତି ହୋଇଛି। ଡକାୟତମାନେ ନିଜକୁ ବିଦ୍ୟୁତ୍‌ କର୍ମଚାରୀ ପରିଚୟ ଦେଇ ମିଟର ଯାଞ୍ଚ କରିବା ଆଳରେ ତାଙ୍କ ଘରେ ପଶି ଟଙ୍କା ଓ ସୁନା ଅଳଙ୍କାର ଲୁଟ୍‌ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ତିହିଡ଼ି ଥାନା ପୋଲିସ ଏହି ଘଟଣାରେ ଏକ ମାମଲା(ନଂ.୪୫୪/୧୯) ରୁଜୁ କରି ତଦନ୍ତ ଚଳାଇଛି।
ଚିନ୍ତାମଣି ଥାନାରେ ଅଭିଯୋଗ କରିଛନ୍ତି ଯେ, ମଧ୍ୟାହ୍ନରେ ୨ ଜଣ ବ୍ୟକ୍ତି ତାଙ୍କ ଘରକୁ ଆସିଥିଲେ। ବିଦ୍ୟୁତ୍‌ କର୍ମଚାରୀ ପରିଚୟ ଦେଇ ସେମାନେ ମିଟର ଯାଞ୍ଚ କରିବା ବାହାନାରେ ତାଙ୍କ ଘର ଭିତରକୁ ପଶିଥିଲେ। ପରେ ଘରେ ଥିବା ତାଙ୍କ ସ୍ତ୍ରୀଙ୍କୁ ସେମାନେ ଆକ୍ରମଣ କରିଥିଲେ। ଏହି ସମୟରେ ସେହି ଡକାୟତ ଦଳର ଅନ୍ୟ ଦୁଇଜଣ ମୁହଁରେ କପଡ଼ା ବାନ୍ଧି ସେଠାରେ ପହଞ୍ଚିଥିଲେ। ସେମାନେ ତାଙ୍କର ଓ ତାଙ୍କ ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ଦେଇ ଘରୁ ୩୦ ହଜାର ଟଙ୍କା ସହିତ ସୁନା ଅଳଙ୍କାର ଲୁଟ୍‌ କରି ପଳାଇ ଯାଇଥିଲେ। ତେବେ ଆକ୍ରମଣରେ ଆହତ ଚିନ୍ତାମଣିଙ୍କ ସ୍ତ୍ରୀଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri