ନକଲି ମଦ କାରଖାନା ଠାବ

ଖୋର୍ଦ୍ଧା ଅଫିସ/ ବେଗୁନିଆ,୨୫ା୪(ଡି.ଏନ.ଏ.): ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ରାସୋଳ ଗଁ। ନିକଟ ଏକ ନିଛାଟିଆ ଘରେ ଚାଲିଥିବା ନକଲି ମଦ କାରଖାନା ଉପରେ ଖୋର୍ଦ୍ଧା ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଶୁକ୍ରବାର ଚଢାଉ କରିଛି। ସେଠାରୁ ୬୦ ଲିଟର ଦେଶୀ ମଦ, କାର ଡିକିରୁ ୯୦ ଲିଟର ମଦ, ୩ଟି ପଲିଥିନ ପ୍ୟାକିଂ ମେଶିନ୍‌, ଏକ ଜେନେରେଟର ଓ କାର (ଓଆର୦୨ ବିଟି-୫୭୭୬) ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ମୀନତି ପାଇକରାୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଘଟଣାସ୍ଥଳରୁ ତାଙ୍କ ସ୍ବାମୀ ଫେରାର ହୋଇଯାଇଛନ୍ତି। ମୀନତିଙ୍କ ଘରୁ ୧୭ ଲକ୍ଷ ୬୦ ହଜାର ଟଙ୍କା ଜବତ କରାଯାଇଛି। ଚଢାଉରେ ଅବକାରୀ ଇନ୍ସପେକ୍ଟର ରଞ୍ଜନ କୁମାର ନାୟକ, ରଶ୍ମିରଞ୍ଜନ ସାହୁଙ୍କ ସହ ଖୋର୍ଦ୍ଧା ସ୍ପେଶାଲ ସ୍କ୍ବାଡ କର୍ମଚାରୀ ସାମିଲ ହୋଇଥିଲେ। ଦମ୍ପତି ଘର ଭିତରେ ବେଆଇନ ଭାବେ ମଦ କାରବାର ଚଳାଇ ଆସୁଥିଲେ। ବାହାରୁ ଦେଶୀ ମଦ ଆଣି ଏଠାରେ ପ୍ୟାକିଂ କରି କାର ଯୋଗେ ବିଭିନ୍ନ ସ୍ଥାନକୁ ବିକ୍ରି ଲାଗି ପଠାଉଥିଲେ। ତେବେ ପ୍ରଶ୍ନ ଉଠିଛି, ଦୀର୍ଘ ଦିନ ଧରି ଦମ୍ପତି ଏହି କାରବାର ଚଲାଇଥିବା ବେଳେ କିପରି ସ୍ଥାନୀୟ ପୋଲିସ ଏବଂ ଅବକାରୀ ବିଭାଗ ଜାଣିପାରିଲେ ନାହିଁ। ମୋଟା ଅଙ୍କର ବଟି ନେଇ ଉଭୟ ବିଭାଗର କେତେଜଣ କର୍ମଚାରୀ ଚୁପ୍‌ ବସିଥିଲେ ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁ କହିଛନ୍ତି, କୌଣସି ପରିସ୍ଥିତିରେ ବେଆଇନ ମଦ କାରବାରକୁ ପ୍ରୋତ୍ସାହନ ଦିଆଯିବ ନାହିଁ। ଏଥିରେ କୌଣସି ପୋଲିସ ଅଧିକାରୀଙ୍କ ହାତ ରହିଥିବା ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri