ନକଲି ମଦ କାରବାର ବନ୍ଦ ଦାବି

ଆଳି, ୨୬।୪ (ଡି.ଏନ୍‌.ଏ.)-କରୋନା ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା ବେଳେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦେଶସାରା ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ଦେଶୀ ଓ ବିଦେଶୀ ମଦ ଦୋକାନ ବନ୍ଦ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୁଯୋଗ ନେଇ ଆଳି ଓ ରାଜକନିକା ବ୍ଲକ ଅଞ୍ଚଳରେ ଅସାଧୁ ବ୍ୟବସାୟୀମାନେ ଚୋରା କାରବାର ଆରମ୍ଭ କରି ଦେଇଛନ୍ତି। ଦୁଇ ବ୍ଲକରେ ବ୍ୟାପକ ଚୋରା ମଦ କାରବାର ହେଉଥିବା ବେଳେ ଅନେକ ସ୍ଥାନରେ ନକଲି ମଦ ବିକ୍ରି କରାଯାଉଥିବା ଅଭିଯୋଗ ହେଉଛି। ଏ ନେଇ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା ଏକ ପ୍ରେସ ବିବୃତିରେ ପ୍ରକାଶ କରିଛନ୍ତି ଯେ, ଆଳି ଓ ରାଜକନିକା ବ୍ଲକ ଅଧୀନରେ ଥିବା ଲାଇସେନ୍ସପ୍ରାପ୍ତ ମଦ ଦୋକାନୀମାନେ ଦୋକାନ ବନ୍ଦ କରିଥିଲେ ବି ସେମାନଙ୍କର ସମ୍ପର୍କ ଥିବା ଖୁଚୁରା ବେପାରୀଙ୍କୁ ଅଧିକ ଦରରେ ମଦ ବିକ୍ରି କରୁଛନ୍ତି। ଗତ ମାର୍ଚ୍ଚ ୨୧ ତାରିଖରେ ସମସ୍ତ ମଦ ଦୋକାନର ଷ୍ଟକ ଯାଞ୍ଚ କରାଯାଇ ସିଲ କରାଯାଇଛି। ସିଲ କରାଯିବା ପରେ ଏତେ ପରିମାଣର ମଦ କେଉଁଠୁ ଆସୁଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାଛଡ଼ା ରାଜକନିକାରେ ପୂର୍ବରୁ ମଦ ବିରୋଧୀ ଆନ୍ଦୋଳନରେ ସାମିଲ ମହିଳାଙ୍କୁ ଗୁଳିମାଡ଼ ଘଟଣାରେ ଜଣେ ମଦ ମାଫିଆ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ ବୋଲି ବିଧାୟକ ଶର୍ମା ଅଭିଯୋଗ କରିଛନ୍ତି। ଏହି ଚୋରା ଓ ନକଲି ମଦ କାରବାରକୁ ରୋକା ନ ଗଲେ କଟକରେ ହୋଇଥିବା ମଦ ମୃତ୍ୟୁ ଘଟଣାର ପୁନରାବୃତ୍ତିକୁ ଏଡାଇ ଦିଆଯାଇ ନ ପାରେ ବୋଲି ସେ କହିଛନ୍ତି। ଏ ଦିଗରେ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବାକୁ ପ୍ରେସ ବିବୃତି ଯୋଗେ ପୂର୍ବତନ ବିଧାୟକ ଶର୍ମାଙ୍କ ସହ ଆଳି ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ରାଜମୋହନ ସ୍ବାଇଁ, ଜିଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରିୟ ସାମଲ ଏବଂ ବରିଷ୍ଠ କଂଗ୍ରେସ କର୍ମୀ ନକୁଳ ପରିଡ଼ା ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri