Posted inଫୁରସତ

ନକଲି ମାର୍କଶିଟ୍‌ରେ ୩୮ ବର୍ଷ ଚାକିରି: ଅବସର ଦିନ ଧରାପଡ଼ିଲେ କର୍ମଚାରୀ

କୋଟା: ନକଲି ମାର୍କଶିଟ୍‌ ଦେଇ ଚାକିରି କରିବା ଘଟଣା ଭାରତରେ କିଛି ନୂଆ ନୁହେଁ। କିନ୍ତୁ ଚାକିରି କରିବା ପରେ ଏହି ଘଟଣା ସାମ୍ନାକୁ ଆସିବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। କିନ୍ତୁ ନକଲି ମାର୍କଶିଟ୍‌ ଦେଇ ଚାକିରି କରି ଅବସର ନେବା ଦିନ ଧରାପଡିବା ଭଳି ରୋଚକ ଘଟଣା ଘଟିଛି ରାଜସ୍ଥାନର କୋଟାରେ। କୋଟାର ଖଣି ବିଭାଗର ସହାୟକ ପ୍ରଶାସନିକ ଅଧିକାରୀ ଲେଖରାଜ ମୀନା ୩୮ ବର୍ଷ ନକଲି ମାର୍କଶିଟ୍‌ ଦେଇ ଚାକିରି କରିଥିଲେ। ଖଣି ବିଭାଗର ମନ୍ତ୍ରୀ ଏହି ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେବା ପରେ ଲେଖରାଜ ଫସି ଯାଇଛନ୍ତି । ଅବସର ନେବା ପୂର୍ବରୁ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେବା ଲାଗି କୁହାଯିବାରୁ ସମ୍ପୃକ୍ତ ବିଭାଗ ତତ୍ପରତା ପ୍ରକାଶ କରି ଏହି ଘଟଣାର ପର୍ଦ୍ଦାଫାଶ କରିଥିଲା। ଅବସର ନେବା ଦିନ ଏକ ପାର୍ଟିର ମଧ୍ୟ ଆୟୋଜନ କରାଯାଇଥିଲା। ପାର୍ଟି ହେବ କ’ଣ, ଲେଖରାଜଙ୍କ ବିରୋଧରେ ଏଫ୍‌ଆଇଆର ଦାଏର କରାଯିବାର ଯୋଜନା କରାଯାଇ ଚାକିରିର ସବୁ ବେନିଫିଟ ନ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂତ୍ର ମୁତାବିକ, ଲେଖରାଜଙ୍କ ବିରୋଧରେ ଅଭିଯୋଗ ଖଣିମନ୍ତ୍ରୀଙ୍କ ନିକଟକୁ ଆସିବା ପରେ ତାହାର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଥିଲା। ମାଧ୍ୟମିକ ଶିକ୍ଷା ମଣ୍ଡଳର ସଚିବଙ୍କ ଦ୍ୱାରା ଏହାର ଯାଞ୍ଚ କରାଯିବା ପରେ ଜଣାପଡିଥିଲାଯେ, ଲେଖରାଜଙ୍କ ମାର୍କଶିଟ୍‌ ନକଲି। ମଣ୍ଡଳ ପକ୍ଷରୁ ଦିଆଯାଇଥିବା ମାର୍କଶିଟ୍‌ରେ ଜନ୍ମ ତାରିଖ ୧ ଜୁନ ୧୯୪୯ ଥିବାବେଳେ ନକଲି ମାର୍କଶିଟ୍‌ରେ ତାହା ୧୨ ଜୁଲାଇ ୧୯୫୯ ଲେଖାଥିଲା। ଏହାସହ ତାଙ୍କ ନାମ ଓ ପିତାଙ୍କ ନାମ ଯେଉଁ ଅକ୍ଷରରେ ଲେଖାଯାଇଥିଲା, ତାହାକୁ ବି ବଦଳା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri