ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର

କର୍ଲାମୁଣ୍ଡା,୨୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଫଳରେ ନକଲି ଜାତିଗତ ପ୍ରମାଣ ଦେଇ ଶିକ୍ଷକ ଚାକିରି ହାତେଇ ଥିବା ନକଲି ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ମନରେ ଛନକା ପଶିଲାଣି। ପୂର୍ବରୁ ବ୍ଲକ ଶିକ୍ଷା ଅଧିକାରୀମାନଙ୍କ କାର୍ଯ୍ୟାଳୟରେ ସାର୍ଟିଫିକେଟଗୁଡ଼ିକ ଯାଞ୍ଚ ହୋଇଥିବା ବେଳେ ଓଡ଼ିଶା ସରକାରଙ୍କ ରାଜ୍ୟ ଗଣଶିକ୍ଷା ବିଭାଗ ପତ୍ରସଂଖ୍ୟା ୧୬୭୦୪, ତା. ୦୭.୯୮.୨୦୧୯ ଅନୁଯାୟୀ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା – ୧୦୧୭, ତା. ୨୮.୦୮.୨୦୧୯ ପତ୍ର ମିଳିବା ପରେ ନକଲି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି। ୨୦୧୧ମସିହାରୁ ବର୍ତ୍ତମାନ ସୁଦ୍ଧା ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ନିଜ ନିଜର ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଚିଠି ପାଇବାର ୧ ମାସ ଭିତରେ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ କଡ଼ା ନିର୍ଦ୍ଦେଶ ରହିଛି। ସୂଚନାଯୋଗ୍ୟ ଯେ, କର୍ଲାମୁଣ୍ଡା ବ୍ଲକରେ ୨୦୧୧ ମସିହା ପୂର୍ବରୁ ମଧ୍ୟ କିଛି ଶିକ୍ଷକ ଯେଉଁମାନେ ଓବିସି ଓ ସାଧାରଣ ବର୍ଗ ହୋଇଥିଲେ ହେଁ କୌଶଳକ୍ରମେ ଆଦିବାସୀ, ହରିଜନ ଜାତିଗତ ପ୍ରମାଣପତ୍ର ହାତେଇ ନିଯୁକ୍ତି ପାଇଥିବା ଦୀର୍ଘ ଦିନରୁ ଅଭିଯୋଗ ହୋଇଆସୁଛି। ଏଥିପ୍ରତି ଜିଲାଶିକ୍ଷା ବିଭାଗ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri