‘ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ’

ଯାଜପୁର ଟାଉନ/କାଳିଆପାଣି,୧୩।୩(ଡିଏନଏ): ନଗଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନିଆଯାଇଛି। ତେବେ ଏହାକୁ କାର୍ଯ୍ୟକାରୀ କରୁଥିବା ବିଭାଗଗୁଡ଼ିକ ସେମାନଙ୍କ ଦାୟିତ୍ୱକୁ ଠିକ୍‌ ଭାବେ ତୁଲାଉ ନାହାନ୍ତି। ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ତେଣୁ ଆଗାମୀ ୭ ଦିନ ମଧ୍ୟରେ ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ କରା ନ ଗଲେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଗୁରୁବାର ନଗଡ଼ା ଗସ୍ତ ସମୟରେ ପ୍ରକାଶ କରିଛନ୍ତି। ନାୟକ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ, ଗ୍ରାମ୍ୟ ଜଳଯୋଗାଣ, ଅଙ୍ଗନୱାଡି କେନ୍ଦ୍ର ଇତ୍ୟାଦି ପରିଦର୍ଶନ କରିଥିଲେ। ନଗଡ଼ାକୁ ଯୋଗାଯୋଗ ରାସ୍ତାର ମରାମତି ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ପୂର୍ବରୁ ମଧ୍ୟ ଏହି ରାସ୍ତା ମରାମତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କାର୍ଯ୍ୟର ଅଗ୍ରଗତି ଆଦୌ ସନ୍ତୋଷଜନକ ନୁହେଁ ବୋଲି ବିରକ୍ତି ପ୍ରକାଶ କରିଥିଲେ। ଯଦି ସପ୍ତାହ ମଧ୍ୟରେ ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହୁଏ ତେବେ ସମ୍ପୃକ୍ତ ବିଭାଗକୁ ଉତ୍ତରଦାୟୀ କରାଯାଇ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନାୟକ କହିଥିଲେ। ଏବେସୁଦ୍ଧା ନଗଡ଼ା ଲୋକଙ୍କ ବ୍ୟବହାରିକ ପରିବର୍ତ୍ତନ ଘଟିନାହିଁ ବୋଲି କହିବା ସହ ସରକାରୀ କର୍ମଚାରୀମାନେ ଏଥିପ୍ରତି ଦୃଷ୍ଟିଦେବା ନିତ୍ୟାନ୍ତ ଆବଶ୍ୟକ ବୋଲି କହିଥିଲେ। ନଗଡ଼ାବାସୀଙ୍କ ପାଇଁ ପ୍ରସ୍ତୁତ ପାଇଖାନାଗୁଡିକ ବୁଲି ଦେଖିଥିଲେ। ବାରମ୍ବାର ଲୋକଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଶୌଚାଳୟକୁ କେହି ବ୍ୟବହାର କରୁ ନ ଥିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ପ୍ରକାଶ କରିଥିଲେ। ଏପରିକି ପାଣି ପଏଣ୍ଟ ନିକଟରେ ଅପରିଷ୍କାର ହୋଇଥିଲେ ମଧ୍ୟ ସ୍ଥାନୀୟ ବାସିନ୍ଦା ସେଗୁଡିକୁ ପରିସ୍କାର କରୁନାହାନ୍ତି। ଫଳରେ ଉପଜିଲାପାଳ ନିଜେ କୋଦାଳ, ସାବଳ ଧରି ସେହି ମାଟିଗୁଡିକୁ ତାଡ଼ିବା ଆରମ୍ଭ କରିବା ପରେ କେତେଜଣ ସ୍ଥାନୀୟବାସିନ୍ଦା ମଧ୍ୟ ଏହି କାର୍ଯ୍ୟରେ ଯୋଗ ଦେଇଥିଲେ। ନିଜର ସ୍ବାସ୍ଥ୍ୟ ଓ ସୁସ୍ଥ ପରିବେଶ ପାଇଁ ଉଦ୍ୟମ ନ କଲେ ବିକାଶ ବାଧାପ୍ରାପ୍ତ ହେବବୋଲି ଲୋକଙ୍କୁ ବୁଝାଇଥିଲେ। ପରେ ମହୁ ଚାଷ ପାଇଁ ସ୍ଥାନୀୟ ବାସିନ୍ଦାଙ୍କୁ ବିଶେଷ କରି ମହିଳାଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଅପରପକ୍ଷେ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ପରିସ୍କାର ପରିଚ୍ଛନ୍ନ ଓ ଜଳ ଜମିବା ସ୍ଥାନଗୁଡିକୁ ପରିଷ୍କାର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗସ୍ତ ସମୟରେ ସୁକିନ୍ଦା ବିଡିଓ ବିଶ୍ୱଜିତ ଦାସ, ଜଳ ପରିମଳ ନିର୍ବାହୀ ଯନ୍ତ୍ରୀ ଅମୀୟ ପରିଡା, ଏପିଡି ମଧୁସ୍ମିତା ପୃଷ୍ଟି, ଡିଏମଏଫ୍‌ର ଟିମ୍‌ ଲିଡର ଶୁଭାଶିଷ କୁମାର, ଜୀବିକା ମିଶନର ଡିପିଏମ୍‌ ବକନକାନ୍ତ ମାହିରୀ, ଓଡ଼ିଶା ଖାଦ୍ୟ ଗ୍ରାମୋଦ୍ୟୋଗ ବୋର୍ଡର ପ୍ରତିନିଧି ଭୂପତି ନାୟକ, ଦାଶରଥି ରାଉତ, ଟ୍ରେନର ସୁଶାନ୍ତ ବେହେରା, ଡବ୍ଲ୍ୟୁଓ ସନ୍ତୋଷ ପତି ଓ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗ ଦେଇଥିଲେ। ଭାରପ୍ରାପ୍ତ ଜିଲାପାଳ ନାୟକ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ କାର୍ଯ୍ୟ ତ୍ୱରାନ୍ନିତପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri