ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ

କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମିଶ୍ର ନଗଡା ଗସ୍ତ କରି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ। ଏହାବାଦ ନଗଡା ଜନଜାତି ଜୁଆଙ୍ଗ ପରିବାର କିପରି ସବୁଦିନ ରୋଜଗାରକ୍ଷମ ହୋଇପାରିବେ ସେନେଇ ଆଲୋଚନା କରିଥିଲେ। ଏହାସହ ରାସ୍ତା, ପାନୀୟ ଜଳ ପ୍ରକଳ୍ପ, ଶିକ୍ଷା, ବିଦ୍ୟୁତ, ବାସଗୃହ, ଚାଷ ଆଦି କାର୍ଯ୍ୟର ଅଗ୍ରଗତି ଉପରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ତଳ ନଗଡ଼ାଠାରେ ଜିଲା ପ୍ରଶାସନର ବିଭିନ୍ନ ବିଭାଗୀୟ ଅଧିକାରୀ ଓ ନଗଡାବାସୀଙ୍କ ସହ ଏକ ସଭା ହୋଇଥିଲା। ସଭାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମେତ ଭବିଷ୍ୟତ ଯୋଜନା ଉପରେ ଆଲୋଚନା କରିଥିଲେ। ସର୍ବପ୍ରଥମେ ନଗଡ଼ାକୁ ନିର୍ମାଣ ହୋଇଥିବା ରାସ୍ତାର ମରାମତି କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଗୁହିଆଶାଳ, ତୁମୁଣୀକୁ ରାସ୍ତା ନିର୍ମାଣ ପାଇଁ କାଗଜପତ୍ର କାମ କରିବାକୁ ପରାମର୍ଶ ଦେଇଥିଲେ। ଏହାବାଦ ସିଡ଼ିଏମଓ ଅରୁଣ କୁମାର ପାତ୍ରଙ୍କୁ ଆଗାମୀ ଦିନରେ ନଗଡ଼ା -କାଳିଆପାଣି ମଝିରେ ଏକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ, ଭାରପ୍ରାପ୍ତ ଜିଲାପାଳ ମିହିରପ୍ରସାଦ ମହାନ୍ତି, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର, ଜିଲା ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମିନା, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଡିଏଫଓ ସୁଦର୍ଶନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri