ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ

ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ ପ୍ରମଥ ଚନ୍ଦ୍ର ମିଶ୍ରଙ୍କ ଶନିବାର ସକାଳେ ପରଲୋକ ଘଟିଥିଲା। ଏହି ଖବର ପ୍ରଚାରିତ ହେବା ପରେ ଆଠଗଡ଼ର ସମସ୍ତ ଦେକାନବଜାରକୁ ବନ୍ଦ କରାଯାଇଥିଲା। ଖବରପାଇ ମନ୍ତ୍ରୀ ମଧ୍ୟ ପହଞ୍ଚି  ଶବାଧାରରେ କାନ୍ଧ ଦେଇ ତଳ ସାହି, ରଥଗଡ଼ା, ମହାମାୟା ସ୍କୁଲ, ଆଠଗଡ଼ କୋର୍ଟ, ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ, ଟ୍ୟାକ୍ସି ଷ୍ଟାଣ୍ଡ, ଚାନ୍ଦବାଲି ଛକ ବଜାର, ଲକ୍ଷ୍ମୀବଜାର, ଗୋପବନ୍ଧୁ ଛକ ବଜାର, ଦୁର୍ଗା ବଜାର, ଗଦା ସାହି ଆଦି ସ୍ଥାନକୁ ନେଇଥିଲେ। ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ଆଠଗଡ଼ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ପ୍ରମଥଙ୍କ ବିୟୋଗକୁ ନେଇ ମନ୍ତ୍ରୀଙ୍କ ସମେତ ଆଠଗଡ଼ ଉପଜିଲାପାଳ ଅମିୟ କୁମାର ସାହୁ, ପୂର୍ବତନ ନଗରପାଳ ପର୍ଶୁରାମ ସାହୁ, ରମେଶ ଚନ୍ଦ୍ର ଘଡେଇ, ସୁବର୍ଣ୍ଣ ମଞ୍ଜରୀ ଭଞ୍ଜ,ସୁଚିତ୍ରା ସାହୁ, ଲଳିତ ମୋହନ ନାୟକ, ଆଠଗଡ଼ ବାର୍‌ ଆସୋସିଏଶନର ସମସ୍ତ କର୍ମକର୍ତ୍ତା, ଟ୍ୟାକ୍ସି ଷ୍ଟାଣ୍ଡର ସମସ୍ତ କର୍ମକର୍ତ୍ତାଙ୍କ ସମେତ ସମସ୍ତ ସାହି ଏବଂ ବିଭିନ୍ନ ଦଳୀୟ ନେତାମାନେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?