Posted inଜାତୀୟ

ନଗରୋଟା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳେ ଜମ୍ମୁ-ଶ୍ରୀନଗର ହାଇଓ୍ବେ ନଗରୋଟାରେ ଥିବା ସିଆରପିଏଫ୍‌ ପୋଷ୍ଟ ନିକଟରେ ଏହି ଗୁଳିବିନିମୟ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜମ୍ମୁ-ଶ୍ରୀନଗର ନଗରୋଟା ଜାତୀୟ ରାଜପଥରେ ଶ୍ରୀନଗର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌କୁ ପୋଲିସ ବନ୍‌ ଟୋଲ ପ୍ଲାଜାଠାରେ ଅଟକାଇଥିଲା। ଟ୍ରକ୍‌ ଭିତରେ ସେନା ପୋଷାକରେ ଲୁଚିରହିଥିବା ଆତଙ୍କବାଦୀ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଏହାର ପାଲଟା ଜବାବରେ ପୋଲିସ ମଧ୍ୟ ସେମାନଙ୍କ ଉପରକୁ ଗୁଳିଚାଳନା କରିଥିଲା। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ଉକ୍ତ ଟ୍ରକ୍‌ରେ ଆହୁରି ଆତଙ୍କବାଦୀ ଲୁଚି ରହିଥିବା ବେଳେ ଏବେ ବି ଘଟଣାସ୍ଥଳରେ ଏନ୍‌କାଉଣ୍ଟର ଜାରି ରହିଛି। ଅପରପକ୍ଷେ ବନ୍‌ ଟୋଲ ପ୍ଲାଜା ପାଖରେ ୨ଟି ବିସ୍ଫୋରଣର ଶବ୍ଦ ଶୁଭିଥିଲା ବୋଲି କୁହାଯାଉଛି। ଏନକାଉଣ୍ଟର ଜାରି ରହିଥିବାରୁ ପୋଲିସ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଶ୍ରୀନଗର ଅଭିମୁଖେ ଯାଉଥିବା ସମସ୍ତ ଗାଡିକୁ ଯାଞ୍ଚ କରାଯିବା ସହ ଗାଡିମଟରକୁ ଅଟକାଇଦିଆଯାଇଛି। ଏଥିସହ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦି କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନା ମୁତାବକ ଆତଙ୍କବାଦୀମାନେ କାଶ୍ମୀର ଘାଟିରେ ପ୍ରବେଶ କରି ବଡ଼ ଧରଣର ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିଲେ ବୋଲି ଜମ୍ମୁ-କଶ୍ମୀର ପୋଲିସ ଆଇଜି ମୁକେଶ ସିଂହ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri