ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ବିଏମ୍‌ସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପର ଉଦଘାଟନ ଉତ୍ସବରେ ଯୋଗଦେଇ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏହା କହିଛନ୍ତି । ଗଞ୍ଜାମ ଜିଲାର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଆସନ୍ତା ଡିସେମ୍ବର ସୁଦ୍ଧା ଜିଲାର ସମସ୍ତ ପୌରାଞ୍ଚଳ ଓ ମହାନଗର ନିଗମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ । ଆସନ୍ତା ୫ବର୍ଷ ମଧ୍ୟରେ ସମସ୍ତ ପଞ୍ଚାୟତ, ଗ୍ରାମାଞ୍ଚଳରେ ପାନୀୟ ଜଳ ସଙ୍କଟ ଦୂର ହେବ ବୋଲି ମନ୍ତ୍ରୀ ଜେନା ପ୍ରତିଶ୍ରୁତି ଦେଇଛନ୍ତି । ଏହା ବ୍ୟତୀତ ସରକାରଙ୍କ ଯୋଜନାଗୁଡ଼ିକ କିପରି ସାଧାରଣ ଲୋକ ତଥା ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚିପାରିବ ସେ ଦିଗରେ ପଦକ୍ଷେପ ନିଆଯାଉଛି । ଯୋଜନାକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଆଳରେ ସେମାନଙ୍କୁ ଶୋଷଣ କରୁଥିବା ଦଲାଲଙ୍କୁ ମଧ୍ୟ ନିୟନ୍ତ୍ରଣ କରିବା ଦିଗରେ ଆଗାମୀ ଦିଗରେ ଦୃଢ଼ ପଦକ୍ଷେପ ନିଆଯାଉଥିବା ମନ୍ତ୍ରୀ ସୂଚାଇଥିଲେ । ଏହି ଅବସରରେ ବିଏମ୍‌ସି ପରିସରରେ ପ୍ରାୟ ୭ କୋଟି ଟଙ୍କା ବିନିମୟରେ ସହରର ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ ସହ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖିବା ଦିଗରେ କାନାଡା ଟେକ୍ନୋଲୋଜିରେ ପ୍ରସ୍ତୁତ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ ଓ ସିଟି ସର୍ଭେଲାନ୍ସ ସିଷ୍ଟମର ମନ୍ତ୍ରୀ ଶୁଭାରମ୍ଭ କରିଥିଲେ। ନିଗମ କୋଠାର ସୋଲାର ସିଷ୍ଟମ ବ୍ୟବସ୍ଥା ଓ ତୃତୀୟ ମହଲା କୋଠାକୁ ମଧ୍ୟ ସେ ଉଦ୍‌ଘାଟନ କରିଥିଲେ। ପରେ ଟାଉନ୍‌ହଲ ପରିସରରେ ଅନୁଷ୍ଠିତ ‘ସାମାଜିକ ସୁରକ୍ଷା ଭତ୍ତା’ ଓ ଭିନ୍ନକ୍ଷମ ସ୍ବୟଂସହାୟକ ଗୋଷ୍ଠୀଗୁଡିକର ଉନ୍ନୟନ ପାଣ୍ଠି ବିତରଣ କାର୍ଯ୍ୟକ୍ରମରେ ଯୋଗଦେବା ସହ ପୁନଃ ନିର୍ମାଣ ହୋଇଥିବା ନୂତନ ଡାଇମଣ୍ଡ ଜୁବିଲି ଟାଉନହଲକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ୧୩ ଭିନ୍ନକ୍ଷମ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୫୦ହଜାର ଟଙ୍କା ଲେଖାଏ ଉନ୍ନୟନ ପାଣ୍ଠି ପ୍ରଦାନ କରାଯାଇଥିଲା । ୨୨ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କାର ଋଣ ପ୍ରଦାନ ଅର୍ଡର ଓ ୫୩୬ ନୂତନ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ବିଧବା, ବଣ୍ଟନ କରାଯାଇଥିଲା। ଏଥିସହ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଜନସାଧାରଣ ଅଭିଯୋଗ ଦାଖଲ ନିମିତ୍ତ ବିଡିଏ କାର୍ଯ୍ୟାଳୟ ଓ ଖୋଡାସିଙ୍ଗିଠାରେ ଆରମ୍ଭ ହେବାକୁ ଥିବା ସିଙ୍ଗଲ ୱିଣ୍ଡୋ ସିଷ୍ଟମ ବ୍ୟବସ୍ଥାର ମଧ୍ୟ ମନ୍ତ୍ରୀ ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ ବ୍ରହ୍ମପୁର ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ମଞ୍ଚାସୀନ ଥିଲେ । ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପିଡି ଡିଆରଡିଏ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଦେ ଦତ୍ତାତ୍ରୟ ଭାଉସାହେବଙ୍କ ସମେତ ବିଏମସିର ଅନ୍ୟ ଅଧିକାରୀ, କର୍ମଚାରୀ ଓ ପୂର୍ବତନ କର୍ପୋରେଟରମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri