ନଜୁଲ୍‌ ଆର୍‌ଆଇ ସର୍କଲରେ ବିଭିନ୍ନ ସମସ୍ୟା ନେଇ ଟାଉନ କଂଗ୍ରେସ ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୩।୬(ଡିଏନ୍‌ଏ): ଭବାନୀପାଟଣା ସହରସ୍ଥିତ କଳାହାଣ୍ଡି ତହସିଲର ନଜୁଲ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ବିଭିନ୍ନ ଅବ୍ୟବସ୍ଥା ନେଇ ଭବାନୀପାଟଣା ଟାଉନ କଂଗ୍ରେସ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ଟାଉନ କଂଗ୍ରେସ ସଭାପତି ନୀମାଞ୍ଚଳ ନାଏକଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ କଳାହାଣ୍ଡି ତହସିଲଦାରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି ା ଏଥିରେ କାର୍ଯ୍ୟାଳୟରେ ବହୁଦିନ ଧରି ଇଣ୍ଟରନେଟ୍‌ କନେକ୍ସନ ଫେଲ୍‌ ରହୁଥିବାରୁ ଲୋକେ ବିଭିନ୍ନ ସାର୍ଟିଫିକେଟ୍‌ ମ୍ୟୁଟେସନ ରିପୋର୍ଟ ଅନ୍‌ଲାଇନରେ ଆବେଦନ କରି ଠିକ୍‌ ସମୟରେ ପାଇ ପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ଦୂରରୁ ଆସୁଥିବା ଆବେଦନକାରୀମାନଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ଜିଲା ପ୍ରଶାସନ ଠାରେ ଦାବି କରାଯାଉଥିଲେ ମଧ୍ୟ ସୁଫଳ ମିଳୁନାହିଁ ା
ଏହି ପ୍ରତିନିଧି ଦଳରେ ଟାଉନ କଂଗ୍ରେସ ଉପସଭାପତି ପ୍ରୀତମ ବେହେର, ସମ୍ପାଦକ ଭାଗବତ ଲାଲ, ପ୍ରକାଶ ନାଏକ, ଜିଲା କଂଗ୍ରେସ ସମ୍ପାଦକ ବ୍ରଜ ସାହୁ ପ୍ରମୁଖ ସାମିଲ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri