Posted inଖେଳ

ନଟ୍ଟିଂହାମଶାୟର ସହ ଅଶ୍ୱିନଙ୍କ ଚୁକ୍ତି

ନୂଆଦିଲ୍ଲୀ, ୨୩।୫- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କାଉଣ୍ଟି କ୍ରିକେଟ୍‌ କ୍ଲବ ନଟ୍ଟିଂହାମଶାୟର ସହ ଚୁକ୍ତି କରିଛନ୍ତି। ଜୁନ୍‌ରେ ସେ ନଟ୍ଟିଂହାମଶାୟର ଦଳ ସହ ଯୋଗ ଦେଇ ୬ଟି କାଉଣ୍ଟି ଚାମ୍ପିୟନଶିପ୍‌ ମ୍ୟାଚ୍‌ ଖେଳିବେ ବୋଲି ଜଣାପଡ଼ିଛି। ଜୁନ ୩୦ରେ ଏସେକ୍ସ ବିପକ୍ଷ ମ୍ୟାଚ୍‌ ଖେଳି ସେ ତାଙ୍କ ଅଭିଯାନ ଆରମ୍ଭ କରିବେ। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜେମ୍ସ ପାଟ୍ଟିନସନଙ୍କ ବଦଳରେ ବିଦେଶୀ ଖେଳାଳି ଭାବେ ୩୨ ବର୍ଷୀୟ ଅଶ୍ୱିନଙ୍କ ସହ ନଟ୍ଟିଂହାମଶାୟର ଏହି ଚୁକ୍ତି କରିଛି। ପାଟ୍ଟିନସନ ଜୁଲାଇରେ ହେବାକୁ ଥିବା ଆସେସ ସିରିଜରେ ଅଷ୍ଟ୍ରେଲିଆ ଦଳରେ ସାମିଲ ହେବାର ସମ୍ଭାବନା ରହିଥିବାରୁ କାଉଣ୍ଟି କ୍ଲବ ଛାଡ଼ିଛନ୍ତି। ଅଶ୍ୱିନ ଏଥିପୂର୍ବରୁ ୨୦୧୭ରେ ଓ୍ବସେଷ୍ଟରଶାୟର ପକ୍ଷରୁ କାଉଣ୍ଟି କ୍ରିକେଟ ଖେଳିଥିଲେ। ‘ସେଠାରେ ପ୍ରତିଦ୍ୱନ୍ଦ୍ୱିତାମୂଳକ ଓ ଉନ୍ନତମାନର କ୍ରିକେଟ ଖେଳ ଦେଖିବାକୁ ମିଳିଥାଏ। ନଟ୍ଟିଂହାମଶାୟର ସହ ଯୋଗ ଦେବାକୁ ମୁଁ ବ୍ୟଗ୍ର ରହିଛି। ଟ୍ରେଣ୍ଟବ୍ରିଜ ପରି ଆଇକନ ଭେନ୍ୟୁରେ ଖେଳି ଦଳର ବିଜୟରେ ନିଜର ଅବଦାନ ଦେବାକୁ ଲକ୍ଷ୍ୟ ରଖିଛି’ ବୋଲି ଅଶ୍ୱିନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଅଶ୍ୱିନ ଭାରତ ପକ୍ଷରୁ ୬୫ ଟେଷ୍ଟ ଖେଳି ୩୪୨ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଭାରତ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ ହାସଲ କରିଥିବା ବୋଲର ତାଲିକାରେ ସେ ୪ର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri