Posted inଜାତୀୟ

ନଡ଼ା ଜାଳିବା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ, ୬।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରଦୂଷଣ ସମସ୍ୟା ଉପରେ ବୁଧବାର କୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣି ବେଳେ ଦିଲ୍ଲୀ, ହରିୟାଣା ଓ ପଞ୍ଜାବର ମୁଖ୍ୟ ସଚିବ ଉପସ୍ଥିତ ଥିଲେ। ବିଚାରପତି ଅରୁଣ ମିଶ୍ରଙ୍କୁ ନେଇ ଏକ ଖଣ୍ଡପୀଠ ଏହାର ଶୁଣାଣି କରି ପଞ୍ଜାବ ଓ ହରିୟାଣା ସରକାରଙ୍କୁ କଡ଼ା ଶବ୍ଦରେ ଭର୍ତ୍ସନା କରିଛନ୍ତି। ଖଣ୍ଡପୀଠ କହିଛନ୍ତି, ରାଜ୍ୟ ସରକାର ନିଜର କର୍ତ୍ତବ୍ୟ ଠିକ୍‌ ଭାବେ କରିପାରି ନାହାନ୍ତି। କୃଷକମାନଙ୍କ ନଡ଼ା ଜାଳିବା ସମସ୍ୟାକୁ ରୋକିବା ଲାଗି ସରକାର ଓ ଅଧିକାରୀଙ୍କ ମଧ୍ୟରେ କୌଣସି ସମନ୍ବୟ ନାହିଁ। ସମସ୍ତଙ୍କୁ ଜଣା ଯେ, ଚଳିତ ବର୍ଷ ଚାଷୀ କ୍ଷେତରେ ନଡ଼ା ଜାଳିବେ। ତେଣୁ ସରକାର ଆରମ୍ଭରୁ କାହିଁକି ଏହାର ପ୍ରତିକାର ବ୍ୟବସ୍ଥା କଲେ ନାହିଁ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ଆଉ ଏଥିପାଇଁ ଚାଷୀଙ୍କୁ କାହିଁକି ମେଶିନ ଉପଲବ୍ଧ କରାଯାଉ ନାହିଁ। ଏଥିରୁ ଜଣାପଡ଼ୁଛି, ଏହି ସମସ୍ୟା ପ୍ରତି କେହି ସମ୍ବେଦନଶୀଳ ନାହାନ୍ତି। ଏହା କୋଟି କୋଟି ଲୋକଙ୍କ ଜୀବନ ଓ ମୃତ୍ୟୁର ବିଷୟ ରହିଥିବା ବେଳେ ଏଥିପାଇଁ କେବଳ ସରକାର ହିଁ ଦାୟୀ ବୋଲି କୋର୍ଟ କହିଛନ୍ତି। ଏଣୁ ପଞ୍ଜାବ ସରକାରଙ୍କୁ ଫସଲର ନଡ଼ା ଜାଳିବା ଉପରେ ରୋକ ଲଗାଇବା ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?