Posted inଖେଳ

ନଦିମଙ୍କ ଟେଷ୍ଟ ପଦାର୍ପଣ: ଟସ୍‌ ଜିତି ଭାରତର ବ୍ୟାଟିଂ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।
ରିପୋର୍ଟ ଲେଖାହେବା ବେଳକୁ ଭାରତ ୭ ଓଭରରେ ଗୋଟିଏ ଉଇକେଟ ହରାଇ ୧୨ ରନ ସଂଗ୍ରହ କରିଛି। ରୋହିତ ଶର୍ମା ୨ ଓ ଚେତେଶ୍ୱର ପୂଜାରା ବିନା ସ୍କୋରରେ ବ୍ୟାଟିଂ ଜାରି ରଖିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦ ରନ୍‌ କରି କାଗିସୋ ରାବାଡାଙ୍କ ବଲରେ ଡିନ୍‌ ଏଲଗାରଙ୍କୁ କ୍ୟାଚ ଦେଇ ଆଉଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri