Shahbaz Nadeem of India receives Test Cap during day one of the third test match between India and South Africa held at the JSCA International Stadium Complex, Ranchi India on the 19th October 2019 Photo by Deepak Malik / SPORTZPICS for BCCI
ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।
ରିପୋର୍ଟ ଲେଖାହେବା ବେଳକୁ ଭାରତ ୭ ଓଭରରେ ଗୋଟିଏ ଉଇକେଟ ହରାଇ ୧୨ ରନ ସଂଗ୍ରହ କରିଛି। ରୋହିତ ଶର୍ମା ୨ ଓ ଚେତେଶ୍ୱର ପୂଜାରା ବିନା ସ୍କୋରରେ ବ୍ୟାଟିଂ ଜାରି ରଖିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦ ରନ୍ କରି କାଗିସୋ ରାବାଡାଙ୍କ ବଲରେ ଡିନ୍ ଏଲଗାରଙ୍କୁ କ୍ୟାଚ ଦେଇ ଆଉଟ୍ ହୋଇଛନ୍ତି।