ନଦୀପଠାରୁ ଯୁବତୀଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଦିଗପହଣ୍ଡି,୧୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମ ନିକଟ କଣ୍ଟେଇଯୋଡ଼ି ନଦୀପଠାରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଦେଓଖାଳି ଗ୍ରାମର ଲଡୁ ନାୟକ ଙ୍କ ଝିଅ ପ୍ରମୋଦିନୀ ଓରଫ ଲତା ନାୟକ (୨୧)।
ପୋଲିସ କହିଛି, ଲତା ତାଙ୍କ ମା’ଙ୍କ ସହ ସକାଳେ ରାଶି ଫସଲ ତଦାରଖ କରିବାକୁ ଚାଷ ଜମିକୁ ଯାଇଥିଲେ। ପରେ ଚାଷ ଜମିରେ କାମ ସାରି ଲତା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ତେବେ ଝିଅ ଗାଧୋଇ ସାରି ଘରକୁ ଫେରି ଯାଇଥିବା ଭାବି ତାଙ୍କ ମା’ ଚାଷ ଜମିରୁ ଘରକୁ ଫେରିଥିଲେ। ମାତ୍ର ଝିଅ ଘରେ ପହଞ୍ଚି ନ ଥିବା ଦେଖି ତାଙ୍କ ମା’ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ସନ୍ଧାନ ପାଇ ନ ଥିଲେ। ପୂର୍ବାହ୍ନ ପ୍ରାୟ ୧୦ ଟା ରେ ଗ୍ରାମର କେତେକ ବ୍ୟକ୍ତି ନଦୀପଠାରେ ଲତାଙ୍କ ମୃତଦେହ ପଡିଥିବା ଦେଖି ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଘରକୁ ନେଇ ଆସିଥିଲେ। ଏ ନେଇ ଗ୍ରାମରକ୍ଷୀ ଥାନାକୁ ଖବର ଦେବା ପରେ ଚିକିଟି ଏସଡିପି ଓ ସୁରେନ୍ଦ୍ର ନାଥ ମୁର୍ମୁ, ନୂଆଗାଁ ଥାନା ଆଇଆଇସି ମାଧବାନନ୍ଦ ନାୟକ, ପହଞ୍ଚି ମୃତଦେହ ଜବତ କରିବାସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇ ଦେଇଛି। ଯୁବତୀଙ୍କ ନାକରୁ ରକ୍ତ ବାହାରୁଥିବା ସହ ମୁହଁ ଓ ଶରୀରର ବିଭିନ୍ନ ଭାଗରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri