ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କଲେ ଜଳସେଚନ ଅଧିକାରୀ

ଆରଡି,୯।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ପଥରପ୍ୟାକିଂ କାର୍ଯ୍ୟ ଚାଲିଥିଲା ବେଳେ ରବିବାର ୪୦ ଫୁଟ୍‌ର ନଦୀବନ୍ଧ ଧସିଯାଇଥିଲା। ସୋମବାର ଅପରାହ୍ନରେ ଜଳସେଚନ ବିଭାଗର ଧାମନଗର ଡିଭିଜନ ଏସ୍‌ଡିଓ ବିଜୟ କୁମାର ସେଠୀ ଓ କନିଷ୍ଠ ଯନ୍ତ୍ରୀ କିଶୋର ଦାସ ଶୀତଳପୁରରେ ପହଞ୍ଚି ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କରିଛନ୍ତି। ଉକ୍ତ ସ୍ଥାନରେ ତୁରନ୍ତ ପଥରପ୍ୟାକିଂ କାର୍ଯ୍ୟ ଆରମ୍ଭ କରିବାକୁ ୨ ଅଧିକାରୀ ଠିକାଦାରଙ୍କୁ କହିଛନ୍ତି। ଏଥିସହ ସେଠାରେ ଓ ନଦୀଶଯ୍ୟାରେ ପଥର ପକାଯାଇ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେମାନେ ପ୍ରକାଶ କରିଛନ୍ତି। ପଥର ଧସିବା ଯୋଗୁ ଲୋକେ ଆତଙ୍କିତ ହେବାର କିଛି କାରଣ ନାହିଁ। ଏବେ ଯେଉଁ ପଥରପ୍ୟାକିଂ କାର୍ଯ୍ୟ ଚାଲିଛି, ତାହା ସ୍ଥାୟୀ ଓ ସୁଦୃଢ଼ ଭାବେ କରାଯିବ ବୋଲି ସେମାନେ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ପଥରପ୍ୟାକିଂ କାର୍ଯ୍ୟ ନ ସରିବା ପର୍ଯ୍ୟନ୍ତ କାମ ମଝିରେ ବନ୍ଦ ନ କରିବାକୁ ସେମାନେ ଠିକାଦାରଙ୍କୁ ତାଗିଦ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri