ନଦୀରେ ପଶି ସ୍କୁଲ ଯାଉଛନ୍ତି ପିଲା

ନୂଆପଡ଼ା ଅଫିସ/ସିନାପାଲି,୨୯।୭: ଗମନାଗମନ ଭଳି ମୌଳିକ ସୁବିଧାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ବଞ୍ଚିତ କରାଯିବ ନାହିଁ ବୋଲି ସରକାର ଘୋଷଣା କରୁଛନ୍ତି। ହେଲେ ନୂଆପଡ଼ା ଜିଲାର ଉପାନ୍ତ ଖଇଁରପଦର ଗ୍ରାମ ପଞ୍ଚାୟତ ହଳଦୀମୁଣ୍ଡା ଗାଁ ଲୋକେ ଏଥିରୁ ବଞ୍ଚିତ ହୋଇଛନ୍ତି। ରାସ୍ତା ନ ଥିବାରୁ ସ୍କୁଲ ପିଲାଙ୍କୁ ନଦୀରେ ଚାରି ଫୁଟ ପାଣି ପାରିହୋଇ ସ୍କୁଲ ଯିବାକୁ ପଡ଼ୁଛି। ସ୍କୁଲ ପିଲା ବିପଜ୍ଜନକ ଭାବେ ଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ନୂଆପଡା ଜିଲା ସଦର ମହକୁମାଠାରୁ ୧୧୫କିି.ମି ଦୂର ସିନାପାଲି ବ୍ଲକର ହଳଦୀମୁଣ୍ଡା ଗାଁ। ଏଠାରେ ଶତପ୍ରତିଶତ ବନବାସୀ ଆଦିବାସୀ ବସତି କରି ରହୁଛନ୍ତି। ଚାଷକାର୍ଯ୍ୟ ମୁଖ୍ୟ ବେଉସା। ଏଠାରେ ଶିକ୍ଷା, ସ୍ଥାସ୍ଥ୍ୟ, ଗମନାଗମନ ଭଳି ମୌଳିକ ସୁବିଧା ଲୋକଙ୍କୁ ଏବେବି ଉପଲବ୍ଧ ହୋଇନାହିଁ। ସବୁପ୍ରକାର ସୁବିଧା ପାଇଁ ନଦୀ ଆରମୁଣ୍ଡ କେନ୍ଦୁମୁଣ୍ଡା ଗାଁ ଉପରେ ଭରସା କରିଥାନ୍ତି। ମାତ୍ର ବର୍ଷାଦିନ ଆରମ୍ଭ ହେଲେ ସବୁ ଦୁଃଖ ଆରମ୍ଭ ହୋଇଯାଏ। ଏମିତିକି ଲଗାଣ ବର୍ଷାରେ ଏହି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଥାଏ ା ଅସରାଏ ବର୍ଷା ହେଲେ ମେଣ୍ଢାନାଳ ଉପରେ ପାଣି ମାଡିଆସିଥାଏ। ପିଲାମାନେ ୪ଫୁଟ ପର୍ଯ୍ୟନ୍ତ ପାଣି ଲଙ୍ଘି ସ୍କୁଲକୁ ଯାଇଥାନ୍ତି। ହଳଦୀମୁଣ୍ଡା ଭଳି ଗାଁରେ ହାଇସ୍କୁଲ ଶିକ୍ଷାର କୌଣସି ବିକଳ୍ପ ନ ଥିବାବେଳେ କେନ୍ଦୁମୁଣ୍ଡା ସ୍କୁଲ ହିଁ ଏକମାତ୍ର ଭରସା। ଏଠାରେ ଏକ ବ୍ୟାରେଜ ନିର୍ମାଣ ପାଇଁ ବାରମ୍ବାର ଦାବି କରାଯାଇଆସୁଥିଲେ ମଧ୍ୟ ପ୍ରଶାସନ କୌଣସି ଦୃଷ୍ଟି ଦେଉନାହିଁ । ଏନେଇ ଜିଲାପାଳ ମଧୁସ୍ମିତା ସାହୁଙ୍କୁ ପଚାରିବାରେ ସେ ବିଚାର କରି କାର୍ଯ୍ୟାନୁଷ୍ଠାନ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri