ବୈପାରିଗୁଡା,୧୬ା୬(ଡି.ଏନ.ଏ.)-କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ କଳାପଡ଼ା ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ନଦୀ ପାର ହେଉଥିବା ବେଳେ ଜଣେ ମହିଳା ଓ ଜଣେ ପୁରୁଷ ନଦୀରେ ଭାସିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଲା ପରଜା(୫୩) ଏବଂ ଚେତି ପରଜା। ଉଭୟେ ଦିଅର ଭାଉଜ ବୋଲି ଜଣାପଡିଛି। ଚେତି ହେଉଛନ୍ତି ଜଲାଙ୍କ ଦିଅର। କୋଷାଗୁମୁଡାରେ ଥିବା ସେମାନଙ୍କ ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଥିବାରୁ ଉଭୟେ ସୋମବାର ସନ୍ଧ୍ୟାରେ ତାଙ୍କ ଦଶାହ କାର୍ଯ୍ୟରେ ଯୋଗଦେବାକୁ ଯାଉଥିଲେ। ବାଟରେ ପଡୁଥିବା କନିଆଯୋଡି ନଦୀ ପାର ହେଉଥିବା ବେଳେ ଜଲା ଓ ଚେତି ଉଭୟେ ଭାସି ଯାଇଥିଲେ। ଏହି ଖବର ଜଣାପଡିବା ପରେ କେତେଜଣ ବ୍ୟକ୍ତି ବୈପାରିଗୁଡ଼ା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସେଠାରୁ ଦମକଳବାହିନୀ ଆସି ଅନେକ ସମୟ ଧରି ଖୋଜାଖୋଜି କରିବା ପରେ ଉଭୟଙ୍କ ମୃତଦେହ ଉଦ୍ଧାର କରିଥିଲେ। ମଙ୍ଗଳବାର ବୈପାରିଗୁଡ଼ା ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ କେସ୍ ନଂ. ୧୧,୧୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
Posted inଆମ ଜିଲା ଖବର, କୋରାପୁଟ View All
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
Archives


