ନଦୀ ନ ବଢି ପୋଲ ଉପରେ ପାଣି: ଯାତାୟାତରେ ଲୋକେ ହଇରାଣ

ଯୋଡ଼ା, ୨୫।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରକୁ ଦୁଇ ପାର୍ଶ୍ୱରେ ବିଭକ୍ତ କରୁଥିବା ତଥା ରାଜ୍ୟ ରାଜପଥ ନଂ ୨ରେ ଥିବା ସୁନା ନଦୀ ପୋଲ ଉପରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇ ପୋଲ ଉପରେ ପାଣି ଜମା ହୋଇ ରହିଛି ା ଘଟଣାସ୍ଥଳରୁ ଜଣାପଡିଛି ଯେ, ଗତ ୨୪ ଘଣ୍ଟା ଧରି ଝିପି ଝିପି ଲଗାଣ ବର୍ଷା ହେବା ଫଳରେ ଯୋଡା ମାର୍କେଟ ସୁନାନଦୀ ପୋଲଉପରୁ ଜଳ ନିଷ୍କାସନ ହୋଇ ନ ପାରି ଏହି ଜଳ ପୋଲ ଉପରେ ଜମିରହିଛି ା ଫଳରେ ପଥଚାରୀ, ଦୁଇ ଚକିଆ ଯାନବାହାନରେ ଯାଉଥିବା ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର କାରଣ ସମ୍ପର୍କରେ ସ୍ଥାନୀୟ ଯୁବ ସଙ୍ଗଠକ ମାନସ ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପିଲେଟ ଲୁହାପଥର ଗୋଲି ପରିବହନ ବେଳେ ଏହା ଗାଡିରୁ ଖସି ପଡି ପୋଲ ଉପରେ ଥିବା ଜଳ ନିଷ୍କାସନ ବାଟ ଗୁଡିକରେ ପଡି ଜାମ୍‌ ହୋଇଯାଉଛି। ଫଳରେ ଜଳ ନିଷ୍କାସନ ହୋଇପାରୁନାହିଁ ା ଏହାର ରକ୍ଷଣାବେକ୍ଷଣ ଆଦୌ କରାଯାଉ ନ ଥିବାରୁ ଏହି ପୋଲର ଅବସ୍ଥା ଅତ୍ୟନ୍ତ ଦୟନୀୟ ହୋଇପଡିଛି। ସେହିପରି ପଥଚାରୀ ରମେଶ ମାଝି , ପୁରୁଷୋତ୍ତମ ଲୋହାର, ଲୋଚନ ଗିରି ଓ ମହିଳା ଶକୁନ୍ତଳା କାରୁଆ, ତାରି କାରୁଆ ପ୍ରମୁଖ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପୂର୍ବରୁ ଏହି ପୋଲ ଉପରେ ପାଣି ଜମୁ ନ ଥିଲା ା କିନ୍ତୁ ବର୍ତ୍ତମାନ ପାଣି ନିଷ୍କାସନ ବାଟ ବନ୍ଦ ହୋଇଯାଇଛି ା ଫଳରେ ଯାତାୟାତରେ ଅସୁବିଧା ହେଉଛି। ତେବେ ଏଦିଗରେ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?