‘ନଦୀ ସୁରକ୍ଷିତ ରହିଲେ ଜୀବଜଗତ ବଞ୍ଚିରହିବ’

ଭୁବନ,୧୨।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ବନାଞ୍ଚଳ ପକ୍ଷରୁ ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ସବୁଜ ମହାନଦୀ ମିଶନର ବ୍ରାହ୍ମଣୀ ସେବାଯାତ୍ରା ଶୁଭାରମ୍ଭ ହୋଇଛି। ଏହି ବ୍ରାହ୍ମଣୀ ସେବାଯାତ୍ରାକୁ ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଛନ୍ତି। ଭୁବନ ତହସିଲଦାର ଶକ୍ତିକାନ୍ତ ରାଏ, ବିଡିଓ ଆଶୀର୍ବାଦ ପରିଡ଼ା ଓ ବ୍ଲକ କଳା ସଂସ୍କୃତି ବିଭାଗର ଉପ ସଭାପତି ଅଶୋକ କୁମାର ସାମଲ ଅତିଥି ଭାବେ ଯୋଗଦେଇ ନଦୀ ସୁରକ୍ଷା ରହିଲେ ବୃକ୍ଷଲତା ଓ ଜୀବଜଗତ ବଞ୍ଚି ରହିବା ସାଙ୍ଗକୁ ମନୁଷ୍ୟ ସମସ୍ତ ସୁବିଧା ସୁଯୋଗ ପାଇପାରିବେ ବୋଲି କହିଥିଲେ। ଏହି ଅବସରରେ ସମସ୍ତ ଅତିଥି ଓ ବନବିଭାଗ କର୍ମଚାରୀମାନେ ଏକ ରାଲିରେ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲେ। ବିଶେଷକରି ନୀଳକଣ୍ଠପୁର, ଭୁଷଳ, ଚଣ୍ଡିପାଳ, ଜୟପୁର, ମାର୍ଥାପୁର ଓ ଭୈରୀପୁର ଅଞ୍ଚଳରେ ଦାଶକାଠିଆ ମାଧ୍ୟମରେ ପଥପ୍ରାନ୍ତ ସଭା କରି ସଚେତନତା ସୃଷ୍ଟି କରିଥିଲେ। ଏହି କାର୍ଯ୍ୟକ୍ରମକୁ ଭୁବନ ରେଞ୍ଜର ଅନୀତା ସେଠୀ ପରିଚାଳନା କରିଥିବା ବେଳେ ଡେପୁଟି ରେଞ୍ଜର ଗୌତମ ପ୍ରଧାନ, ଫରେଷ୍ଟର କବିତା ବିଶାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri