ନନ୍ଦନକାନନ: ୩ ଦିନରେ ୧୨ ଜନ୍ତୁ ମୃତ

ବାରଙ୍ଗ,୨୧ା୩ (ଡି.ଏନ୍‌.ଏ.): ରାଜ୍ୟରେ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ନନ୍ଦନକାନନରେ ଜୀବଜନ୍ତୁମାନଙ୍କ ମୃତ୍ୟୁହାର କମିବାର ନଁ। ଧରୁ ନାହିଁ। ଗତ ବୁଧବାରଠାରୁ ଶୁକ୍ରବାର ୩ଦିନ ମଧ୍ୟରେ ୧୨ଟି ଜନ୍ତୁଙ୍କ ମୃତ୍ୟୁ ଘଟିଥିବାବେଳେ ୯ଟି ଜନ୍ମ ଗ୍ରହଣ କରିଛନ୍ତି। ମୃତ୍ୟୁ ନେଇ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ହରିଣମାନଙ୍କ ସଂଖ୍ୟା ଅଧିକ ଥିବା ଜଣାପଡିଛି। ତେବେ ଜନ୍ମ ଅପେକ୍ଷା ମୃତ୍ୟୁ ପରିମାଣ ବଢିବାରେ ଲାଗିଛି। ବୁଧବାର ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ଏହିଦିନ ୬୮ନଂ ଏନକ୍ଲୋଜରରେ ଥିବା ଚାରୋଟି ଚିତ୍ରାହରିଣ, ୪୫ସି ଏନ୍‌କ୍ଲୋଜରରେ ଥିବା ଗୋଟିଏ କୁଜିହରିଣରର ମୃତ୍ୟୁ ହୋଇଛି। ଏହିଦିନ ଜନ୍ମ ପରିମାଣ ମଧ୍ୟ ୯ଟି ରହିଛି। ସେଥିମଧ୍ୟରେ କ୍ୱାରାଣ୍ଟାଇନରେ ଥିବା ଓ ଏନକ୍ଲୋଜରରେ ଥିବା ବିଲୁଆ ୭ଟି ଛୁଆ ଜନ୍ମ କରିଛି ଓ କଟାସ ଦୁଇଟି ଛୁଆ ଜନ୍ମ ଦେଇଛି। କିନ୍ତୁ ଗତ୧୨ ତାରିଖଠାରୁ ହରିଣ ଜାତୀୟ ପ୍ରାଣୀମାନଙ୍କର ମୃତ୍ୟୁର ତାଣ୍ଡବ ନନ୍ଦନକାନନରେ ଦେଖାଦେଇଛି। ଦିନକୁଦିନ ମୃତ୍ୟୁହାର ବୃଦ୍ଧିପାଇବାରେ ଲାଗିଥିବାର ଦେଖିବାକୁ ମିଳିଛି। ଗୁରୁବାର ଚିତ୍ରାହରିଣ ଦୁଇ, ଗୋଟିଏ କୁଜିହରିଣ ଓ ଶୁକ୍ରବାର ତିନଟି ଚିତ୍ରାହରିଣ ମୃତ୍ୟୁ ଘଟଣା ଜନ୍ତୁବିଭାଗ ଦାୟିତ୍ୱରେ ଥିବା ଅଧିକାରୀଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri