ନନ୍ଦିଗାଁ ଡକାୟତି ଘଟଣା : ୬ ଅଭିଯୁକ୍ତ କୋର୍ଟ ଚାଲାଣ

କୋରାପୁଟ,୩।୧୦(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଦଶମନ୍ତପୁର ବ୍ଲକର ନନ୍ଦିଗାଁ ଗ୍ରାମରେ ଗତ ସେପ୍ଟେମ୍ବର ୧୩ ରାତିରେ ହୋଇଥିବା ଏକ ବଡ଼ଧରଣର ଡକାୟତି ଘଟଣାରେ ଜଡ଼ିତ ୬ ଅଭିଯୁକ୍ତଙ୍କୁ ଗୁରବାର କୋର୍ଟ ଚାଲାଣ କରାଯାଇଥିବା କୋରାପୁଟ ସଦର ଥାନାଧିକାରୀ ସମର୍ପିତା ସ୍ବାଇଁ ସୂଚନା ଦେଇଛନ୍ତି। ଗିରଫ ଡକାୟତମାନେ ହେଲେ ବିସିଙ୍ଗପୁର ଥାନା ଅଞ୍ଚଳର ବି. ଜାନିଗୁଡା ଗ୍ରାମର ପବିତ୍ର ଖୋସ୍‌ଲା(୨୫), ନରେଶ ଖରା(୩୦), ତୁଳାରାମ ହରିଜନ(୩୦) କଦମଗୁଡ଼ା ଗ୍ରାମର ଲାଲୁ ହିଆଲ(୨୦), ପାଟସିଲ ଗ୍ରାମର ରମେଶ ଖରା(୨୪)ଏବଂ ନବରଙ୍ଗପୁର ଜିଲାର କସାଗୁମୁଡା ଥାନା ଅନ୍ତର୍ଗତ ଝାରଖଣ୍ଡପୁର ଗ୍ରାମର ଅଞ୍ଜନ ଆଶା(୨୫)। ଏହି ଡକାୟତି ଘଟଣାରେ ରମେଶ ଓ ପବିତ୍ର ମାଷ୍ଟରମାଇଣ୍ଡ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଡକାୟତମାନଙ୍କ ଫୋନ୍‌ ଟ୍ରାକିଂ କରାଯାଇ ଗିରଫ କରାଯାଇଛି। ଏମାନଙ୍କଠାରୁ ନଗଦ ୫୦ହଜାର ଟଙ୍କା ସମେତ ସୁନା କାନଫୁଲ ୨ ହଳ, ଗୋଟିଏ ନାକଫୁଲ, ଗୋଟିଏ ମୋବାଇଲ, ୨ଟି ବାଇକ୍‌ ଜବତ କରାଯାଇଛି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୩ ତାରିଖ ବିଳମ୍ବିତ ରାତିରେ ଦଶମନ୍ତପୁର ବ୍ଲକର ନନ୍ଦିଗାଁ ଗ୍ରାମର ହାଟପଦା ନିକଟରେ ଥିବା ଶିବ ଖରା ଓ ଶୁଭମଣି ଖରାଙ୍କ ଘରେ ଡକାୟତି ହୋଇଥିଲା। ମୁଖାପିନ୍ଧା ୪ ଡକାୟତ କବାଟ ଭାଙ୍ଗି ଘରେ ପଶିବା ସହ ପରିବାର ସଦସ୍ୟଙ୍କୁ ଭୟ ଦେଖାଇ ନଗଦ ୭୪ହଜାର ଟଙ୍କା ସହ ସୁନାଗହଣା ଲୁଟି ନେଇଥିଲେ। ଲୁଟ୍‌ବେଳେ ଅନ୍ୟ ଦୁଇ ଡକାୟତ ବାହାରେ ଜଗି ରହିଥିଲେ ବୋଲି ଶୁଭମଣି ସଦର ଥାନାରେ ସେପ୍ଟେମ୍ବର ୧୪ରେ ଏତଲା ଦେଇଥିଲେ। ଏହା ପରେ ଥାନାରେ ୯୧/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିଲା। ଗୁରୁବାର କୌଣସି ସୂତ୍ରରୁ ସୂଚନା ପାଇ ସଦର ଥାନାଧିକାରୀ ସମର୍ପିତା ସ୍ବାଇଁ ସଦଳବଳେ ବିସିଙ୍ଗପୁର ଅଞ୍ଚଳରୁ ଏହି ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri